ଜବରଦଖଲରେ ସରକାରୀ ଜାଗା: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ଖଣ୍ଡପଡ଼ା,୨୫।୧୧(ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ବଡବାଣପୁର ପଞ୍ଚାୟତ ରତନପୁର ଗ୍ରାମରେ ଥିବା କିଛି ସରକାରୀ ଜାଗାକୁ କେତେକ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରିଛନ୍ତି। ଏ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ପାଇନାହାନ୍ତି। ଏପରିସ୍ଥଳେ ଆଉ କେତେକ ଲୋକ ସରକାରୀ ଜାଗାରେ ସ୍ଥାୟୀ ବାସଗୃହ ନିର୍ମାଣ ନିମନ୍ତେ ଉଦ୍ୟମ ଚଳାଇଛନ୍ତି। ଏହାକୁ କେନ୍ଦ୍ର କରି ରତନପୁର ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ସରକାରୀ ଜାଗାରୁ ଜବର ଦଖଲକାରୀଙ୍କୁ ତୁରନ୍ତ ହଟାଇବା ଦାବିରେ ଗ୍ରାମବାସୀ ଶନିବାର ଆନ୍ଦୋଳନକୁ ଓହ୍ଲାଇଥିଲେ। ଗ୍ରାମର ଶତାଧିକ ମହିଳାପୁରୁଷ ରତନପୁର ଗ୍ରାମଠାରେ ଦୀର୍ଘ ୨ଘଣ୍ଟା ଧରି କଣ୍ଟିଲୋ-ଗଣିଆ ୪୮ନଂ. ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଏଥିଯୋଗୁ ଉକ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡିମୋଟର ଅଟକିରହି ଟ୍ରାଫିକ ସମସ୍ୟା ସୃଷ୍ଟି କରିଥିଲା। ଖବର ପାଇ ଖଣ୍ଡପଡ଼ା ପୋଲିସ ଏସଡିପିଓ ଶ୍ରୀନିବାସ ମହାନ୍ତି ଓ ଅନ୍ୟ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଗ୍ରାମବାସୀ ଆନ୍ଦୋଳନରୁ ଓହରି ଯାଇଥିଲେ। ଅନ୍ୟପକ୍ଷରେ ସରକାରୀ ଜାଗାରୁ ଜବର ଦଖଲକାରୀଙ୍କୁ ହଟାଇବା ନିମନ୍ତେ ବାଣପୁର ସରପଞ୍ଚ ପ୍ରଦୀପ କୁମାର କର ଖଣ୍ଡପଡ଼ା ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଏହା ନ ହେଲେ ଆଗାମୀ ଦିନରେ ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ ବୋଲି ସରପଞ୍ଚ ଗଣମାଧ୍ୟମ ପ୍ରତିନିଧିଙ୍କ ଆଗରେ ପ୍ରକାଶ କରିଛନ୍ତି। ଗ୍ରାମବାସୀଙ୍କ କହିବା ମୁତାବକ ୨ଟି ସରକାରୀ ରାସ୍ତାକୁ ଜବରଦଖଲକାରୀ ନିଜ ଅକ୍ତିଆରରେ ରଖିଛନ୍ତି। ଫଳରେ ବ୍ଲକ ପ୍ରଶାସନ ପକ୍ଷରୁ ଅନୁଦାନ ଅର୍ଥ ମଞ୍ଜୁର ସତ୍ତ୍ୱେ ରାସ୍ତା ନିର୍ମାଣ ହୋଇପାରୁ ନାହିଁ। ଏଥିଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri