ଜବରଦଖଲ ଉଚ୍ଛେଦକୁ ନେଇ ଅଡୁଆ ପରିସ୍ଥିତି

ଭଦ୍ରକ ଅଫିସ/ବନ୍ତ,୬।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ କାର୍ଯ୍ୟାଳୟରେ ପଶି ଜଣେ ବ୍ୟକ୍ତି ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ତହସିଲଦାର ଇନ୍ଦିରା ସାହୁ ବନ୍ତ ଥାନାରେ ଅଭିଯୋଗ କରିବା ସହ ଜିଲାପାଳ, ଉପଜିଲାପାଳ, ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଅବଗତ କରାଇଛନ୍ତି। ପୋଲିସ ଏକ ମାମଲା(ନଂ. ୧୬୪/୧୯) ରୁଜୁ କରି ତଦନ୍ତ ଚଳାଇଛି। ବୁଧବାର ସେ ଅଫିସରେ କାର୍ଯ୍ୟରତ ଥିବାବେଳେ ୩ ଜଣ ସ୍ଥାନୀୟ ବ୍ୟକ୍ତି ଅଫିସ ଭିତରକୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ବ୍ୟକ୍ତି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହିତ ହତ୍ୟା ଧମକ ଦେଇଥିବା ଏତଲାରେ ଦର୍ଶାଇଛନ୍ତି। ତେବେ ବନ୍ତ ବଜାରରେ ଜବରଦଖଲ ଉଚ୍ଛେଦକୁ ନେଇ ଏଭଳି ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଥିବା ଜାଣିବାକୁ ମିଳିଛି। ଏହି ଘଟଣାରେ ସୁରକ୍ଷା ଦାବି କରି କର୍ମଚାରୀ ଓ ରାଜସ୍ବ ନିରୀକ୍ଷକମାନେ ଗୁରୁବାର ତହସିଲ ଅଫିସ ସମ୍ମୁଖରେ କଲମଛାଡ଼ ଆନ୍ଦୋଳନ କରିଥିଲେ। ଅପରପକ୍ଷରେ ଜଣେ ଆଇନଜୀବୀ, ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କୁ ତହସିଲଦାର ଦୁର୍ବ୍ୟବହାର କରିଥିବା ଥାନାରେ ପାଲଟା ଅଭିଯୋଗ ହୋଇଛି। ହେଲେ ଏ ନେଇ ବନ୍ତ ଥାନା ପୋଲିସ ମାମଲା ରୁଜୁ କରି ନ ଥିବାରୁ ଶତାଧିକ ବ୍ୟକ୍ତି ଥାନା ଆଗରେ ଧାରଣା ଦେଇଥିଲେ।
ମିଳିଥିବା ସୂଚନା ଅନୁଯାୟୀ, ବନ୍ତ ବଜାରରେ ଦୁଇ ଜଣ ମହକିଲଙ୍କର ଘର ଭାଙ୍ଗିବା ସମ୍ପର୍କରେ ତହସିଲଦାରଙ୍କୁ ସାକ୍ଷାତ କରି ଆଲୋଚନା ପାଇଁ ଜଣେ ଆଇନଜୀବୀ ବୁଧବାର ମହକିଲଙ୍କୁ ଧରି ତହସିଲ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ଆଲୋଚନା ବେଳେ ତହସିଲଦାର ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ହତ୍ୟା ଧମକ ଦେଇଥିବା ନେଇ ସେ ବୁଧବାର ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ମାତ୍ର ପୋଲିସ ମାମଲା ରୁଜୁ କରି ନ ଥିବାରୁ ଗୁରବାର ଆଇନଜୀବୀଙ୍କ ସମେତ ବନ୍ତ ବଜାରର ବ୍ୟବସାୟୀ, ସ୍ଥାନୀୟ ଲୋକେ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନା ଆଗରେ ଧାରଣା ଦେଇଥିଲେ। ଏହାକୁ ସମର୍ଥନ ଜଣାଇ ସିପିଆଇର ଜିଲା ସମ୍ପାଦକ ଶୁଭେନ୍ଦ୍ର ପ୍ରତାପ ମହାନ୍ତି, ବରିଷ୍ଠ ସିପିଆଇ ନେତା ଗୋପବନ୍ଧୁ ସେଠୀ, ଜୋନ୍‌ ସମ୍ପାଦକ ରମେଶ ଜେନା, ନିରଞ୍ଜନ ନାୟକ, ଅଭିମନ୍ୟୁ ଜେନା ଓ କିଶୋର ବେହେରା ପ୍ରମୁଖ ଧାରଣାସ୍ଥଳରେ ଉପସ୍ଥିତ ରହିଥିଲେ। ତେବେ ଏହି ଘଟଣାକୁ ନେଇ ଭଦ୍ରକର ଆଇନଜୀବୀମାନେ ଅପରାହ୍ନରେ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ ଅତିରିକ୍ତ ଏସ୍‌ପି କୈଳାସ ଚନ୍ଦ୍ର ପରିଡ଼ାଙ୍କୁ ଭେଟି ତୁରନ୍ତ ଏହି ଘଟଣାରେ ମାମଲା ରୁଜୁ କରି ତଦନ୍ତ କରାଯାଉ ବୋଲି ଦାବି କରିଥିଲେ। ଅତିରିକ୍ତ ଏସ୍‌ପି ଏ ନେଇ ବନ୍ତ ଥାନାରେ ମାମଲା (ନଂ.୧୬୫/୧୯) ରୁଜୁ ହୋଇଥିବା କହିବା ପରେ ସେମାନେ ଫେରିଥିଲେ। ପ୍ରକାଶଥାଉ କି, ବିଧିବଦ୍ଧ ଭାବେ ନୋଟିସ କରା ନ ଯାଇ ବନ୍ତ ବଜାରରେ ଜବରଦଖଲ ଉଚ୍ଛେଦ କରାଯିବାକୁ ସ୍ଥାନୀୟ ବ୍ୟବସାୟୀ ଓ ଘର ମାଲିକମାନେ ବିରୋଧ କରିଛନ୍ତି। ପ୍ରଶାସନର ମନୋମୁଖୀ କାର୍ଯ୍ୟ ବିରୋଧରେ ବ୍ୟବସାୟୀମାନେ ପୃଥକ୍‌ ଭାବେ ଥାନାରେ ୧୦ଟି ଅଭିଯୋଗ କରିଥିବାବେଳେ ମାମଲା ରୁଜୁ ହୋଇ ନ ଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?