ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ବାଲିଆପାଳ,୮।୭(ସ୍ବ.ପ୍ର)- ବାଲେଶ୍ୱର ଜିଲାପାଳଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ବାଲିଆପଳ-ବସ୍ତା ମୁଖ୍ୟ ପୂର୍ତ୍ତରାସ୍ତା ପାର୍ଶ୍ୱ ନୟନଯୋଡ଼ିରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ରାସ୍ତାର ଉଭୟ ପାର୍ଶ୍ୱ ନୟନଯୋଡ଼ି ବିଭିନ୍ନ ଲୋକଙ୍କ ଦ୍ୱାରା ଜବରଦଖଲ କରାଯାଇଛି ା ନୟନଯୋଡ଼ିରେ ମାଟି ପକାଇ ବନ୍ଦ କରାଯିବା ସହିତ ବିଭିନ୍ନ ପ୍ରକାର ଦୋକାନ ଗୃହ, ଗୁମୁଟି ଏବଂ ଘର ଆଦି କରାଯାଇ ଅବରୋଧ କରାଯାଇଛି। ଫଳରେ ବର୍ଷାଦିନେ ପାଣି ନିସ୍କାସନ ହୋଇ ନ ପାରି ଶହଶହ ଏକର ଚାଷଜମି କ୍ଷତିଗ୍ରସ୍ତ ହେଉଛି। ବିଶେଷକରି ଏହି ରାସ୍ତାର ନାବରା, ସିଂଲା, ପୁଟରା ଏବଂ ରଘୁନାଥପୁର ପଞ୍ଚାୟତର ୩ଶହରୁ ଊର୍ଦ୍ଧ୍ୱ ଏକର ଜମିରୁ ପାଣି ନିଷ୍କାସନ ହୋଇ ନ ପାରି ଜଳମଗ୍ନ ହୋଇ ରହୁଛି। ଏଥି ପାଇଁ ଚାଷୀଙ୍କୁ ବହୁ କ୍ଷତି ସହିବାକୁ ପଡୁଛି। ଏନେଇ ଚାଷୀମାନେ ବସ୍ତା, ବାଲିଆପାଳ ତହସିଲଦାର, ଜିଲାପାଳ, ପୂର୍ତ୍ତବିଭାଗ ଅଧିକାରୀ, ବିଧାୟକ, ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ନାବରାଠାରୁ ପୁଟୁରା ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ଜେସିବି ଲଗାଇ ଜବରଦଖଲ ଉଚ୍ଛେଦ ଆରମ୍ଭ କରାଯାଇଛି। ପର୍ଯ୍ୟାୟକ୍ରମେ ନୟନଯୋଡ଼ିକୁ ଅବରୋଧ କରି ହୋଇଥିବା ଦେକାନ ଗୃହ, ଘର ଏବଂ ଗୁମୁଟି ମଧ୍ୟ ଉଚ୍ଛେଦ କରାଯିବ ବୋଲି ବିଭାଗୀୟ ସହକାରୀ ଯନ୍ତ୍ରୀ ମନୋରଞ୍ଜନ ବେହେରା ପ୍ରକାଶ କରିଛନ୍ତି। ଏହି ଉଚ୍ଛେଦ କାର୍ଯ୍ୟରେ ମାଜିଷ୍ଟ୍ରେଟ ଭାବେ ବସ୍ତା ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାସ, ବାଲିଆପାଳ ଅତିରିକ୍ତ ତହସିଲଦାର ହିମାଂଶୁ ଶେଖର ବେହେରା, ସିଂଲା ଥାନା ଅଧିକାରୀ ପ୍ରଶାନ୍ତ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ବିଳମ୍ବରେ ହେଲେ ମଧ୍ୟ ପ୍ରଶାସନର ଏହି ପଦକ୍ଷେପକୁ ଅଞ୍ଚଳବାସୀ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ରାଜପଥରେ ଟ୍ରକକୁ ପିଟିଲା ହାଇୱା   ହେଲପର ମୃତ, ଡ୍ରାଇଭର ଗୁରୁତର

 ବାଲେଶ୍ୱର,୫।୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥ ରୂପସା ଥାନା ଅନ୍ତର୍ଗତ ଯୁକନଣ୍ଡି ଛକ ନିକଟରେ ମଙ୍ଗଳବାର ଏକ ମର୍ମଦୁନ୍ତ ସଡ଼କ  ଦୁର୍ଘଟଣା ଘଟିଛି…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri