ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା

ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଦୀର୍ଘବର୍ଷ ହେବ ବ୍ରାହ୍ମଣବିଲ ଗ୍ରାମର କଲ୍ୟାଣ ମଣ୍ଡପକୁ ଲାଗିଥିବା ସରକାରୀ ଜମିରେ ଉକ୍ତ ଗ୍ରାମର ୭ଟି ପରିବାର ଜବରଦଖଲ କରି ରହିଆସୁଛନ୍ତି। ଉକ୍ତ ଜମିକୁ ମଧ୍ୟ ଗ୍ରାମବାସୀ ଯାତ୍ରାପଡିଆ ଭାବେ ବ୍ୟବହାର କରୁଛନ୍ତି। ଦିନକୁଦିନ ଜବରଦଖଲ ବୃଦ୍ଧି ଯୋଗୁ ଯାତ୍ରା ପଡିଆରେ ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟରେ ବାଧା ଉପୁଜୁଛି। ଏ ନେଇ ଗ୍ରାମବାସୀ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ଗ୍ରାମ୍ୟକମିଟି ବୈଠକ ଅନୁଯାୟୀ ଜାନୁୟାରୀ ୧୬ ମଧ୍ୟରେ ଉକ୍ତ ପଡ଼ିଆରୁ ଜବରଦଖଲ ଉଚ୍ଛେଦ କରା ନ ଗଲେ ୧୮ରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅର୍ନିଦ୍ଦିଷ୍ଟ କାଳ ଗଣଧାରଣା ଦିଆଯିବ ବୋଲି ଲିଖିତ ଭାବେ ପ୍ରଶାସନକୁ ଅବଗତ କରାଯାଇଥିଲା। ଶନିବାର ବ୍ରାହ୍ମଣବିଲ ଗ୍ରାମ ସଭାପତି ପ୍ରଫୁଲ୍ଲ କୁମାର ସାହୁଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ତହସିଲ କର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ୮ଘଣ୍ଟା ଧରି ଧାରଣା ଦେଇଥିଲେ। ହେଲେ କୌଣସି ପ୍ରଶାସନିକ ଅଧିକାରୀ ଧାରଣାସ୍ଥଳରେ ପହଞ୍ଚି ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ପ୍ରତିବାଦରେ ଆସନ୍ତା ସୋମବାରଠାରୁ ତହସିଲ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଅଚଳ କରିଦେବା ସହିତ କାର୍ଯ୍ୟାଳୟ ସମ୍ମୁଖରେ ଦିବାରାତ୍ର ଗଣଧାରଣା ଦିଆଯିବ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଥିବା ସରପଞ୍ଚ ସୁଧାକର ବେହେରା ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ ସଭାପତି ପ୍ରଫୁଲ୍ଲ କୁମାର ସାହୁ, ବ୍ରାହ୍ମଣବିଲ ସରପଞ୍ଚ ସୁଧାକର ବେହେରା, ସମିତି ସଭ୍ୟ ସୁନୀଲ କୁମାର ପ୍ରଧାନ, ବ୍ଲକର ପୂର୍ବତନ ଅଧ୍ୟକ୍ଷ କଳାକର ସାହୁ, ଗିରିଶ ଚନ୍ଦ୍ର ପ୍ରଧାନ,ଏସ୍‌ୟୁସିଆଇର ନବକିଶୋର ପ୍ରଧାନ, ରଣଜିତ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଏ ସମ୍ପର୍କରେ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା କହିଛନ୍ତି, ବ୍ରାହ୍ମଣବିଲର ସରକାରୀ ଜମିରୁ ସମସ୍ତ ଜବରଦଖଲ ଉଚ୍ଛେଦ କରାଯିବ। ଏଥିପାଇଁ ସରକାରୀ ନିୟମ ଅନୁଯାୟୀ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri