ଜବରଦଖଲ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କ ପ୍ରତିବାଦ ସଭା

ବେତନଟୀ, ୭ା୬(ଡି.ଏନ.ଏ)-ବେତନଟୀ ମହାବିଦ୍ୟାଳୟ ନିକଟ ରେଳଫାଟକରୁ ମହୁଲିଆକୁ ଯାଇଥିବା ରାସ୍ତାପାର୍ଶ୍ୱରେ ଦେବତ୍ତୋର ବିଭାଗର କେତେକ ଜମି ରହିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ୨୦ଏକରରୁ ଊର୍ଦ୍ଧ୍ୱ ଦେବତ୍ତୋର ଜମିକୁ ବାଡ଼ ବସାଇବା ସହିତ ହିଡ଼ ମଧ୍ୟ ଦେଉଥିଲେ l ଏହି ଖବର ଜାଣିବା ପରେ ମଧ୍ୟ କେତେକ ନେତୃସ୍ଥାନୀୟ ଲୋକଙ୍କ ପ୍ରତିବାଦ ନ କରିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ l ଶନିବାର ଶତାଧିକ ଗ୍ରାମବାସୀ ଏହି ବାଡକୁ ଉଠାଇବା ସହ ଏକ ପ୍ରତିବାଦ ସଭା କରିଥିଲେ। ସଭାରେ ଏହି ଜମିରେ ସୁରକ୍ଷାର ଦାବି ଉଠିବା ସହ ବାରିପଦା ଉପଜିଲାପାଳଙ୍କ ନିକଟକୁ ଦସ୍ତଖତ ସମ୍ବଳିତ ଏକ ଲିଖିତ ଅଭିଯୋଗ ଦେବା ପାଇଁ ନିଷ୍ପତ୍ତି ହୋଇଛି l ପୂର୍ବତନ ବେତନଟୀ ସରପଞ୍ଚ ପାନମଣି ମୁର୍ମୁ, ବର୍ତ୍ତମାନର ସରପଞ୍ଚ ଦୁଃଖିଆ ମୁର୍ମୁ, ଉମାକାନ୍ତ ମହାନ୍ତ, ଦୈତାରୀ ମହାନ୍ତ, ହେମାକାନ୍ତ ମହାନ୍ତ ପ୍ରମୁଖ ଶତାଧିକ ବ୍ୟକ୍ତି ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri