ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ଧାରଣା, ରାସ୍ତାରୋକୋ

ଆସିକା,୧୫ା୨ (ଡି.ଏନ୍‌.ଏ.) – ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ଆସିକା ସହରର ଜନଗହଳିପୂର୍ଣ୍ଣ କୁମ୍ଭାରସାହି ଛକ, ବିନାୟକ ବଜାର, ଲକ୍ଷ୍ମୀ ବଜାର, ବସ୍‌ଷ୍ଟାଣ୍ଡ, କଳିଙ୍ଗା ରୋଡ ଆଦି ଅଞ୍ଚଳରେ ଥିବା ବେଆଇନ ନିର୍ମାଣ ଓ ଦୋକାନ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଗୁରୁବାର ମଧ୍ୟ ରାତ୍ରରୁ କଳିଙ୍ଗା ରୋଡ ଟେଲିଫୋନ ଭବନ ସମ୍ମୁଖରେ କରାଯାଇଥିବା ଉଚ୍ଛେଦର ପ୍ରତିବାଦରେ କେତେକ ବାସହୀନ ଆସିକା ଏନ୍‌ଏସି ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ଗରିବ ବାସହୀନଙ୍କୁ ପୂର୍ବ ସୂଚନା ନଦେଇ ଓ ବିକଳ୍ପ ବାସସ୍ଥାନ ବ୍ୟବସ୍ଥା ନକରି ଏନ୍‌ଏସି କର୍ତ୍ତୃପକ୍ଷ ଘର ଭାଙ୍ଗି ଦେଇଥିବା ଧାରଣାର ନେତୃତ୍ୱ ନେଇଥିବା ସିପିଏମ୍‌ ରେଡ ଷ୍ଟାର ନେତା ଶଙ୍କର ସାହୁ ଅଭିଯୋଗ କରିଛନ୍ତି। ସେହିଭଳି ଏହି ଉଛେଦରେ ସଂପୃକ୍ତ ସ୍ଥାନରେ ଥିବା ସିପିଏମ୍‌ ଦଳୀୟ କାର୍ଯ୍ୟାଳୟକୁ ଭାଙ୍ଗି ଦିଆଯାଇଥିବା ପ୍ରତିବାଦରେ ସିପିଏମ୍‌ ନେତା ଲକ୍ଷ୍ମଣ ପାଢୀ ସମର୍ଥକଙ୍କ ସହ ଧାରଣାରେ ସାମିଲ ହୋଇଛନ୍ତି। ସନ୍ଧ୍ୟାରେ ପ୍ରତିବାଦର ସ୍ବର ତୀବ୍ର ହୋଇଛି। କୁମ୍ଭାର ସାହି ଛକଠାରେ ରାସ୍ତାରେ ଦଉଡି ବାନ୍ଧି କ୍ଷତିଗ୍ରସ୍ତ ପରିବାର ବସି ରହିଛନ୍ତି। ସେହିଭଳି ବ୍ରହ୍ମପୁର-ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ରୋଡ ସଂଲଗ୍ନ ପିଏନ୍‌ବି ଛକ ଓ ଟେଲିଫୋନ ଭବନ ନିକଟରେ ଜନସାଧାରଣଙ୍କ ପକ୍ଷରୁ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। ଫଳରେ ଗମନାଗମନରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଆସିକା ତହସିଲଦାର ସଦାନନ୍ଦ ସେଠୀ, ପୋଲିସ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନାଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ପ୍ରମୁଖ ଜନସାଧାରଣଙ୍କୁ ବୁଝାଶୁଝା କରି ପରିସ୍ଥିତି ନିୟନ୍ତ୍ରଣ ଲାଗି ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri