ପଦ୍ମପୁର, ୧୪ା୨(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର ବନ୍ଧସାହି ଠାରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ ବେଳେ ଅତିରିକ୍ତ ତହସିଲଦାର ଓ ପୋଲିସକୁ ଦୁର୍ବ୍ୟବହାର ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।
ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର ହରେକୃଷ୍ଣ ବାରିକ ସରକାରୀ ଜମି ଖାତା ୨୭୨ ଖସଡ଼ା ୬୫୭କୁ ଜବରଦଖଲ କରିଥିଲେ। ଫଳରେ ଗ୍ରାମକୁ ଦୀର୍ଘଦିନ ହେଲା ରାସ୍ତାନିର୍ମାଣ ହୋଇପାରିନଥିବା ବେଳେ ଗ୍ରାମବାସୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ଘଟଣାରେ ବାସୁଦେବପୁର ତହସିଲରେ ଜବରଦଖଲ ମାମଲା(ନଂ ୧୧୮/୧୯) ରୁଜୁ ହୋଇଥିଲା। ବୁଧବାର ଅତିରିକ୍ତ ତହସିଲଦାର ରାଧାକାନ୍ତ ବାରିକ, ନାୟକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ, ଏଏସ୍ଆଇ ଦୀଲ୍ଲିପ କୁମାର ଦେହୁରୀ ଜବରଦଖଲ ଉଚ୍ଛେଦ ଲାଗି ଜେସିବି ନେଇ ଉକ୍ତ ଗ୍ରାମରେ ପହଞ୍ଚତ୍ଥିଲେ। ଏହି ସମୟରେ ଜବରଦଖଲକାରୀଙ୍କ ପରିବାର ଜେସିବି ସାମ୍ନାରେ ବସି ରହି ଉଚ୍ଛେଦ ପ୍ରକ୍ର୍ରିୟାକୁ ବିରୋଧ କରିଥିଲେ। ପୋଲିସ ସେମାନଙ୍କୁ ସେଠାରୁ ଉଠାଇବା ଲାଗି ଚେଷ୍ଟା କରିବାରୁ ସେମାନେ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କୁ ଠେଙ୍ଗାରେ ପିଟିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଉତ୍ତେଜନା ବଢ଼ିବା ଖବର ପାଇ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ପୋଲିସ ଜବରଦଖଲକାରୀଙ୍କୁ ସେ ସ୍ଥାନରୁ ହଟାଇବା ସହ ୩ ଜଣଙ୍କୁ ଗିରଫ କରିଥିଲା। ସେମାନେ ହେଲେ ହରେକୃଷ୍ଣ ବାରିକ, ରବିମଣି ବାରିକ ଓ ରଜନୀ ବାରିକ। ଏହି ଘଟଣାକୁ ନେଇ ଅତିରିକ୍ତ ତହସିଲଦାର ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମର ୫ ଜଣଙ୍କ ନାମରେ ପୋଲିସ ମାମଲା(ନଂ ୧୧/୨୦) ରୁଜୁ କରିଛି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ କହିଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ View All
ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…
ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…
ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…
ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…
ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ: ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ
ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…
ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…
ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…
ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍: ୫୦ ଯାତ୍ରୀ…
ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…
ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…
୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ
କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…
ଠକେଇ-ବ୍ଲାକ୍ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…
ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…
Archives

