ଜବରଦଖଲ ଜାଗା ଚିହ୍ନଟ

ବଇଣ୍ଡା, ୨୦ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଗ୍ରାମର ପୂର୍ତ୍ତ ବିଭାଗ ଡାକବଙ୍ଗଳା ଓ ଏହା ନିକଟସ୍ଥ ସରକାରୀ ଜମି ଜବରଦଖଲ କରାଯାଇ ସେଠାରେ ଘର ନିର୍ମାଣ କରାଯାଇଥିବା ନେଇ ଗ୍ରାମବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ ଶୁକ୍ରବାର ରାଜସ୍ବ ବିଭାଗ ପକ୍ଷରୁ ଉକ୍ତ ଜାଗାଗୁଡିକୁ ଚିହ୍ନଟ କରାଯାଇଛି। ଠାକୁରଗଡ ଆର୍‌ଆଇ ଇତିଶ୍ରୀ ସାହୁ, ରାଜସ୍ବ କର୍ମଚାରୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହିମାଂଶୁ ମହାଳିକ ଉପସ୍ଥିତ ରହି ଦଖଲ ହୋଇଥିବା ପ୍ଲଟ ନଂ ୭୩୩, ୭୩୪, ୭୪୨, ୭୪୩, ୭୪୧, ୭୪୦, ୭୩୯, ୭୩୮ର ଜମିକୁ ଚିହ୍ନଟ କରିଥିଲେ। ଏଥିସହ ଜବରଦଖଲକାରୀଙ୍କୁ ଜମିରେ କରିଥିବା ଘର ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ଡାକବଙ୍ଗଳାକୁ ଯାଇଥିବା ୨ଟି ରାସ୍ତା ଜବରଦଖଲ ହୋଇଥିବାବେଳେ ତାହାକୁ ମଧ୍ୟ ଚିହ୍ନଟ କରାଯାଇଥିଲା। ଡାକବଙ୍ଗଳାକୁ ରାସ୍ତା ନିର୍ମାଣସହ ଚତୁଃପାର୍ଶ୍ୱରେ ପାଚେରି ନିର୍ମାଣ ପାଇଁ ଗ୍ରାମବାସୀ ପୂର୍ତ୍ତ ବିଭାଗ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ ଗ୍ରାମ ସଭାପତି ବସନ୍ତ କୁମାର ସାହୁ, ଉପସଭାପତି ନେପାଳ ସାହୁ, ହେମନ୍ତ ଖୁଣ୍ଟିଆ, ସୁରେଶ ଚନ୍ଦ୍ର ସାହୁ, ରବୀନ୍ଦ୍ର ବେହେରା, ସୁଜିତ କୁମାର ଦେହୁରୀ, ଲକ୍ଷ୍ମଣ ସେନାପତି, ବିକ୍ରମ ବାଘଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri