ଜବରଦସ୍ତ ଟଙ୍କା ମାଗି ଜେଲ ଗଲେ ୩ କିନ୍ନର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଆଇଜି ପାର୍କ ଭିତରେ ଲୋକମାନଙ୍କୁ ଧମକ ଚମକ ଦେଇ ଜବରଦସ୍ତ ଟଙ୍କା ମାଗୁଥିବା ୩ଜଣ କିନ୍ନରଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ଖଣ୍ଡଗିରି ଥାନା ଅଧୀନ ଓଁକାର ବସ୍ତି ଅଞ୍ଚଳରେ ରହୁଥିବା ବି.ତୋଫାନ ବାରିକ ଓରଫ ବି.ଆକାଂକ୍ଷା ବାରିକ, ନୟାପଲ୍ଲୀ ଥାନା ଗଣପତି ବସ୍ତି ଅଞ୍ଚଳରେ ରହୁଥିବା ନାରାୟଣ ଚୌଧୁରୀ ଓରଫ ଜମୁନା ଓ ସାଗର ବେହେରା ଓରଫ ଗଙ୍ଗା। ସୂଚନା ମୁତାବକ ଆଇଜି ପାର୍କକୁ ଯାଉଥିବା ଲୋକଙ୍କୁ କିନ୍ନରମାନେ ବାରମ୍ବାର ହଇରାଣ କରିବା ସହ ଟଙ୍କା ମାଗିବା ନେଇ ଥାନରେ ଅଭିଯୋଗ ହେଉଛି। ପ୍ରାୟ ୧ ମାସ ହେବ ବିଭିନ୍ନ ସମୟରେ ପୋଲିସ ପାର୍କରେ ଟଙ୍କା ମାଗୁଥିବା କିନ୍ନରମାନଙ୍କୁ ତାଗିତ କରିବା ସହ ପାର୍କରୁୁ ବାହାର କରୁଛି। ମାତ୍ର ଶନିବାର ପାର୍କରେ ବୁଲୁଥିବା ୫ କିନ୍ନର ଜଣେ ଦମ୍ପତିଙ୍କୁ ଟଙ୍କା ମାଗିଥିଲେ। ସେମାନେ ନ ଦେବାରୁ ଗାଳିଗୁଲଜ କରିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ସେତେବେଳେ ୨ଜଣ କିନ୍ନର ସେଠାରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ୩ ଜଣଙ୍କୁ ଧରିଥିଲା। ଏ ନେଇ ପୋଲିସ ନଂ.୪୧୩/୧୯ରେ ଏକ ମାମଲା ରୁଜୁ କରି ପଚରାଉଚରା ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁୁ ଅଭିଯୁକ୍ତମାନଙ୍କୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri