ଜବାବ ରଖିଲା ଭାଜପା: ‘ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଏଭଳି ଘଟଣାରେ ଭାଜପା ଭଳି ବିଜେଡି ରାଜନୀତିକରଣରେ ବିଶ୍ୱାସ କରେ ନାହିଁ ବୋଲି ଶନିବାର ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଥିଲେ। ଏହାର ଜବାବ ରଖିଛନ୍ତି ଭାଜପା ମୁଖପାତ୍ର ଗୋଲକ ମହାପାତ୍ର। ସେ କହିଛନ୍ତି, ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି। ଆମେ ରାଜନୀତିକରଣ କରୁନାହୁଁ। ବମିଖାଲ ବ୍ରିଜ୍‌ ଦୁର୍ଘଟଣା ବେଳେ ଏସ୍‌ଆର୍‌ସି ଯାଇ ନ ଥିଲେ ହେଲେ ବିମାନବନ୍ଦର ଅଘଟଣ ବେଳେ କାହିଁକି ଗଲେ। ସେତେବେଳର ପୂର୍ତ୍ତ ସଚିବଙ୍କୁ ଡାକି ନିର୍ବାଚନରେ ଟିକେଟ୍‌ ଦିଆଯାଇଛି। ଠିକାଦାର ଦିଲୀପ ଖଟୋଇଙ୍କୁ ବଞ୍ଚାଇବା ଲାଗ ସସ୍ମିତ ଏପରି କହୁଥାଇପାରନ୍ତି। ଦିଲୀପଙ୍କ ସହ କେଉଁ ଅଫିସର ଓ ନେତାଙ୍କ ସମ୍ପର୍କ ତାହା ସ୍ପଷ୍ଟ କରାଯାଉ। ଏପରିକି ରାଜ୍ୟ ସରକାର ତାଙ୍କୁ କେତୋଟି ନିର୍ମାଣ କାମ ଦେଇଛନ୍ତି ତାହା କୁହନ୍ତୁ ବୋଲି ସେ ପ୍ରତିକିୟା ରଖିଛନ୍ତି।

ପ୍ରକାଶ ଯେ, ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା ଦୁର୍ଭାଗ୍ୟଜନକ। ଏହାକୁ ଏଡ଼ାଯାଇ ପାରିଥାନ୍ତା। ଅଘଟଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଉଛୁ। ତାଙ୍କୁ କ୍ଷତିପୂରଣ ଦିଆଯାଉ। ଆହତ ବ୍ୟକ୍ତିଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯାଉ। ଦୋଷୀଙ୍କୁ ଦଣ୍ଡ ମିଳିବା ଦରକାର। ଏଣୁ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ। ତେବେ ଅଘଟଣକୁ ବିଜେଡି ଭାଜପା ଭଳି ରାଜନୀତିକରଣ କରିବାରେ ବିଶ୍ୱାସ କରେନାହିଁ ବୋଲି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri