ଜମାକାରୀଙ୍କ ଟଙ୍କା ଠକେଇ ଘଟଣା: ଜେଲ ଗଲେ ସାଇଲ୍ୟାଣ୍ଡ ଚିଟ୍‌ଫଣ୍ଡ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୪ା୨- ସାଇଲ୍ୟାଣ୍ଡ କେଶୁରିଆ ଗ୍ରୁପ ଚିଟଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଗୋପାଳ ଚନ୍ଦ୍ର ରାଉତ(୪୪)ଙ୍କୁ ଟଙ୍କା ଠକେଇ ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ୨ ବର୍ଷ ପରେ ଗିରଫ କରିଛି। ମାମଲା ନଂ. ୮୬/୧୭ରେ ଉକ୍ତ ଚିଟଫଣ୍ଡ ସଂସ୍ଥା ଏମ୍‌ଡ଼ି ଗୋପାଳଙ୍କୁ ଗୁରୁବାର ବ୍ରହ୍ମପୁର ଚିଟ୍‌ଫଣ୍ଡ କୋର୍ଟଚାଲାଣ କରାଯାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ଚିଟଫଣ୍ଡ ବିଚାରପତି ଦେବାଶିଷ ପଣ୍ଡା ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରି ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା କୋର୍ଟ ସୂତ୍ରରୁ ପ୍ରକାଶ। ଅନ୍ୟପଟେ ଏହି ମାମଲାରେ କମ୍ପାନୀର ଅନ୍ୟ ସଦସ୍ୟଙ୍କ ନାମରେ ଥିବା ବେଳେ ସେମାନେ ଏବେ ଫେରାର ଅଛନ୍ତିି। ଘଟଣାରୁ ପ୍ରକାଶ, ଉକ୍ତ ଅର୍ଥଲଗାଣକରୀ ସଂସ୍ଥା ସୁରଟର ଏମ୍ବ୍ରିଲରେ ମୁଖ୍ୟ କାର୍ଯ୍ୟାଳୟ ଖୋଲିଥିଲା। ଗୋପାଳଙ୍କ ଘର ଗାଙ୍ଗପୁର ଥାନା ଅନ୍ତର୍ଗତ କୁଡ଼ଙ୍ଗୀ ହୋଇଥିବାରୁ ସେ ଗଞ୍ଜାମ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ୨୦୧୦ରେ ଏହି ଅର୍ଥଲଗାଣକାରୀ ସଂସ୍ଥା ଖୋଲିଥିଲେ। ନିରୀହ ଜମାକାରୀଙ୍କୁ ବିଭିନ୍ନ ଏଜେଣ୍ଟଙ୍କ ଦ୍ୱାରା ଲୋଭନୀୟ ସ୍କିମ ଜରିଆରେ ପ୍ରଲୋଭନ ଦେଖାଇଥିଲେ। କାହାକୁ ଜମି ଦେବା ନଁାରେ ତ ଆଉ କାହାକୁ ଜମା ଟଙ୍କାର କମ ଦିନ ଭିତରେ ଦୁଇ ଗୁଣା ଫେରସ୍ତ ଦେବାକୁ ପ୍ରତିଶ୍ରୁତି ଦେଇ ୩ ଶହରୁ ଊର୍ଦ୍ଧ୍ୱ ଜମାକାରୀଙ୍କଠାରୁ ୧ କୋଟି ୫୦ ଲକ୍ଷ ଟଙ୍କା ଠକେଇ କରିଥିଲେ । ଏନେଇ ତାଙ୍କ ନାମରେ ବିଭିନ୍ନ ଥାନାରେ ଅଭିଯୋଗ ହୋଇଥିଲା। ସେହିପରି ୨୦୧୭ ଅକ୍ଟୋବର ୨୨ରେ ଗୋଷାଣୀନୂଆଗଁା ଥାନାରେ ଉକ୍ତ ଚିଟ୍‌ଫଣ୍ଡ ସଂସ୍ଥାରୁ ଠକେଇର ଶିକାର ହୋଇଥିବା ରଜନୀ କାନ୍ତ ପାଢ଼ୀ ଅଭିଯୋଗ କରିଥିଲେ। ପୋଲିସ ନଂ.୮୬/୧୭ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?