ଜମା ଟଙ୍କା ମାଗିବାରୁ ମହିଳାଙ୍କୁ ଦୁର୍ବ୍ୟବହାର

ବନ୍ତ,୧୩।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ବସନ୍ତିଆ ସବ୍‌ପୋଷ୍ଟ ଅଫିସ କର୍ମଚାରୀ ତଥା ଆପଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳର କେତେଜଣ ମହିଳା ନିଜର ଜମା ଟଙ୍କା ମାଗିବାରୁ ସେମାନଙ୍କୁ ଦୁର୍ବ୍ୟବହାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବନ୍ତ ଥାନାରେ ଏକ ମାମଲା(ନଂ.୧୪୧/୧୯) ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ କର୍ମଚାରୀ ଡାକ ବିଭାଗରେ କାର୍ଯ୍ୟ କରୁଥିବା ବେଳେ ୨୦୧୧ରେ ସେହି ମହିଳାମାନେ ପୋଷ୍ଟ ଅଫିସରେ ଆର୍‌ଡି ଏବଂ ଫିକ୍ସଡ୍‌ ଡିପୋଜିଟ୍‌ କରିବା ପାଇଁ ଚାହିଁଥିଲେ। ସମ୍ପୃକ୍ତ କର୍ମଚାରୀ ସେମାନଙ୍କୁ ନାନାଦି ପ୍ରଲୋଭନ ଦେଖାଇ ଅନ୍ୟ ଏକ ଘରୋଇ କମ୍ପାନୀରେ ଡିପୋଜିଟ୍‌ କରାଇଥିଲେ। ଉକ୍ତ ପଲିସଗୁଡ଼ିକର ମାଚ୍ୟୁରିଟି ହେବା ପରେ ମହିଳାମାନେ ଟଙ୍କା ମାଗିବାରୁ ସେ ବାରମ୍ବାର ସେମାନଙ୍କୁ ଫେରାଇ ଦେଇଥିଲେ। ଗତ ୮ ତାରିଖରେ ମହିଳାମାନେ ଡାକ କର୍ମଚାରୀଙ୍କ ଘରକୁ ଯାଇ ଟଙ୍କା ମାଗିବାରୁ ସେ ଏବଂ ତାଙ୍କ ପୁଅମାନେ ଦୁର୍ବ୍ୟବହାର କରିଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri