ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି। କିନ୍ତୁ ଚାଷ ଜମିକୁ କେନାଲ ପାଣି ମାଡୁନି। କେନାଲ ଯୋଗେ ଚାଷୀଙ୍କ ଜମିକୁ ପାଣି ଯୋଗାଇ ଦେବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ସାକ୍ଷାତ କରି ବି.ତୁରୁବୁଡ଼ି, ଲକ୍ଷ୍ମୀନାରାୟଣପୁର, ଝରିପଦର, ଦଶିପୁର, କାଣ୍ଡେଶ୍ୱର, ସାନଡୁମ୍ବୁଳା ଗ୍ରାମର ଚାଷୀବୃନ୍ଦ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କାଣ୍ଡେଶ୍ୱର ପ୍ରାଥମିକ ସେବା ସମବାୟ ସମିତି ସଭାପତି କେ. ସଞ୍ଜୀବ କୁମାର ରେଡ୍ଡୀଙ୍କ ନେତୃତ୍ୱରେ ଏସ୍. ସୋମନାଥ ରେଡ୍ଡୀ, ଇ. ବିପ୍ରଚରଣ ଦୋରା, ଏସ୍. ସଲୀଲ ରେଡ୍ଡୀ, କେ. ତ୍ରିନାଥ ରେଡ୍ଡୀ, କେ. ଭାସ୍କର ରେଡ୍ଡୀ ପ୍ରମୁଖ ବି.ତୁରୁବୁଡ଼ି ଗ୍ରାମରେ ଆୟୋଜିତ ଜିଲାସ୍ତରୀୟ ମୋ ଗେହ୍ଲାଝିଅ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଗଞ୍ଜାମ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ସେହିପରି ଘୋଡ଼ାହାଡ଼ ଜଳସେଚନ ଯୋଜନା ଅଧୀନ ଭୀମପୁର ୨୧ନଂ. କେନାଲକୁ ସମ୍ପ୍ରସାରଣ କରାଯାଇ ନରସିଂହପୁର ରାଜଘାଇକୁ ସଂଯୋଗ କରାଯାଇଛି। ଉକ୍ତ କେନାଲକୁ ଲକ୍ଷ୍ମୀନାରାୟଣପୁରରୁ ଦଶିପୁର ପାତ୍ରବନ୍ଧ ଓ କାଣ୍ଡେଶ୍ୱର ଗ୍ରାମ ଜାଗିଲି ବନ୍ଧ ସହ ସଂଯୋଗ କରି ସାନଡୁମ୍ବୁଳା ଗ୍ରାମ ବାସନାବନ୍ଧ ଯାଏ କେନାଲ ସଂଯୋଗୀକରଣ କରାଗଲେ ସମସ୍ତ ଗ୍ରାମର ଚାଷଜମି ଗୁଡ଼ିକୁ ପାଣି ଯୋଗାଇ ଦିଆଯାଇପାରିବ ବୋଲି ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ଜିଲାପାଳ ଏନେଇ ଜଳସମ୍ପଦ ବିଭାଗ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବି.ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ୧୯୯୭ରେ ପ୍ରତିଷ୍ଠା କରାଯାଇଛି । ଉକ୍ତ ହାଇସ୍କୁଲରେ ଶୌଚାଳୟ, ନଳକୂପ ଆଦି ନ ଥିବ ନେଇ ସ୍କୁଲ ପରିଚାଳନା କମିଟି ପକ୍ଷରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ସମସ୍ୟାର ସାମଧାନ ପାଇଁ ସେ ଉପସ୍ଥିତ ବିଡିଓ ହଳଧର ଶବରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

