ଜମି ଅଡ଼ୁଆ: ଆଗେଇପାରୁନି ମେଗା ତୈଳବୀଜ ବିହନ ହବ୍‌

ଭୁବନେଶ୍ୱର, ୩।।୯ (ବ୍ୟୁରୋ): ଡାଲିଜାତୀୟ ଫସଲ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶାରେ ଏକ ମେଗା ତୈଳବୀଜ ବିହନ ହବ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଆସୁଥିଲେ। ତେବେ ଏଥିପାଇଁ ଆବଶ୍ୟକ ଜମି ମିଳୁ ନ ଥିବାରୁ ତାହା ଏବେ ଅନିଶ୍ଚିତତା ଭିତରକୁ ଚାଲିଯାଇଛି। ଏଥିପାଇଁ ରାଜ୍ୟ ସରକାର ବହୁ ପୂର୍ବରୁ ଭାରତୀୟ କୃଷି ଗବେଷଣା ପରିଷଦ(ଆଇସିଏଆର)କୁ ଅନୁରୋଧ କରିଥିଲେ। ଏହି ହବ୍‌ ସ୍ଥାପନ କରିବାକୁ ଭାରତୀୟ ତୈଳବୀଜ ଗବେଷଣା ପ୍ରତିଷ୍ଠାନ (ଆଇଆଇପିଆର) ରାଜି ହୋଇଥିଲା। ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପରିସରରେ ଏହି ହବ୍‌ କରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ଏଥିପାଇଁ ଜମି ନ ମିଳିବାରୁ ବିହନ ହବ୍‌ ଦୀର୍ଘ ବର୍ଷ ହେବ କାର୍ଯ୍ୟକାରୀ ହୋଇ ପାରୁ ନାହିଁ। ରାଜ୍ୟ ସରକାରୀ ଅଧିକାରୀଙ୍କ ଉଦାସୀନତା ଯୋଗୁ ଏହା ଆଗେଇ ପାରୁ ନାହିଁ। ରାଜ୍ୟର ୭ଟି ଜିଲାରେ ଓୟୁଏଟିର ବିହନ ହବ୍‌ ରହିଛି। ଏହି ହବ୍‌ଗୁଡିକ ଚାଷୀଙ୍କ ପାଇଁ ବିଶେଷ ଉପଯୋଗୀ ହୋଇ ପାରୁ ନାହିଁ। ଆଇଆଇପିଆର ଉନ୍ନତ ଜ୍ଞାନକୌଶଳରେ ଏହି ହବ୍‌ ସ୍ଥାପନ କରିବାକୁ ଯାଉଥିବାରୁ ରାଜ୍ୟର କୃଷକଙ୍କ ପାଇଁ ଏହା ଯଥେଷ୍ଟ ସହାୟକ ହେବ ବୋଲି କୁହାଯାଉଛି । ଆଇସିଏଆର ଏହି ହବ୍‌ ସ୍ଥାପନ କରିବାକୁ ଜୋରଦାର ଉଦ୍ୟମ କରୁଥିବା ବେଳେ ଜମି ଯୋଗାଇବା ବାଧକ ସୃଷ୍ଟି କରିଛି। ତୈଳବୀଜ ବିହନ ହବ୍‌ ପାଇଁ କେନ୍ଦ୍ର ସରକାର ୬ କୋଟି ଟଙ୍କା ପ୍ରଦାନ କରି ସାରିଛନ୍ତି। ଏଥିପାଇଁ ୧୦ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜମି ଯୋଗାଇ ଦେବାକୁ ରାଜି ହୋଇଥିଲେ। ଗତ ଫେବୃୟାରୀରେ ଏ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ହୋଇଥିଲା। ରାଜ୍ୟ ସରକାର ଯେଉଁ ଜମି ଯୋଗାଇ ଦେଇଥିଲେ ତାହା ଜଙ୍ଗଲ କିସମ ହୋଇଥିବାରୁ ବିହନ ହବ୍‌ ସ୍ଥାପନ କରିବା ନେଇ ବିଳମ୍ବ ହେଉଛି। ଏଥିପାଇଁ ପରିବେଶ ଅନୁମତି ନେବାକୁ ପଡୁଥିବାରୁ ଏହି ପ୍ରକଳ୍ପ ନିର୍ମାଣରେ ବିଳମ୍ବ ହେଉଛି। ଅନ୍ୟ ପକ୍ଷରେ ପ୍ରକଳ୍ପ ଖର୍ଚ୍ଚ ମଧ୍ୟ ବଢି ଚାଲିଛି। ଜମି ଅଡୁଆ ନ ତୁଟିବା ଯାଏ ଏହି ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଆଗେଇ ପାରିବ ନାହିଁ ବୋଲି ଆଇସିଏଆରର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri