ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ

ବାରିପଦା ଅଫିସ,୨୭ା୮- ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ସୋମବାର ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଭାପତି ନନ୍ଦ କୁମାର ମହାପାତ୍ରଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତାମାନେ ଜଗନ୍ନାଥ ମନ୍ଦିର ନିକଟରୁ ଶୋଭାଯାତ୍ରାରେ ବାହାରିଥିଲେ। ବିଭିନ୍ନ ପ୍ଲାକାର୍ଡ ଧରି ସ୍ଲୋଗାନ ଦେବା ସହିତ ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟକୁ ଆସିଥିଲେ। ଏହାପରେ ସଂଘର ସାଧାରଣ ସମ୍ପାଦକ କାହ୍ନୁ ଚରଣ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସଂଘର ଉପଦେଷ୍ଟା, ଉପସଭାପତି ରବି ଗୋସ୍ବାମୀ, ଅମଲ ଦେ, ଭାରତୀ ପାତ୍ର, କାଶୀନାଥ ମାହାନା ପ୍ରମୁଖ ଯୋଗଦେଇ ଜିଲା ତଥା ରାଜ୍ୟ ସରକାର ଜାଣିଶୁଣି ଜମି ପଟ୍ଟା ପ୍ରଦାନ କରିବାରେ ବିଳମ୍ବ କରୁଥିବା ଅଭିଯୋଗ କରିଥିଲେ। ପରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri