ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ କରୁଛନ୍ତି। ମଙ୍ଗଳବାର ଦ୍ୱିତୀୟ ଦିନରେ ପ୍ରତ୍ୟେକ ଟିମ୍‌ ବିସ୍ଥାପିତ ହେବାକୁ ଥିବା ପରିବାରକୁ ଯାଇ ସବିଶେଷ ତଥ୍ୟ ସଂଗ୍ରହ କରିଛନ୍ତି। ଏଥିସହ ସମ୍ପୃକ୍ତ ଘରର ଜମି ଓ କୋଠାର ମାପଚୁପ କରିଛନ୍ତି। ଦ୍ୱିତୀୟ ଦିନରେ ୨୦ଟି ପରିବାରର ସର୍ଭେ କରାଯାଇଛି। ତେବେ ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଲାଗିରହିଛି। ଭିଟାମାଟି ଛାଡ଼ିବାକୁ ସେମାନେ ରାଜି ନାହାନ୍ତି। ସେହିପରି ବିଗତ ଦିନର ଅନୁଭୂତିକୁ ନେଇ ଥଇଥାନ ଓ ସହାୟତା ମିଳିବା ଦିଗରେ ସନ୍ଦେହ ପ୍ରକାଶ କରିଛନ୍ତି।

ମେଘନାଦ ପାଚେରିଠାରୁ ୭୫ ମିଟର ମଧ୍ୟରେ ରହିଥିବା ମଠ, ମନ୍ଦିର, ଦୋକାନ, ଲଜ୍‌, ବାସଗୃହର ସର୍ଭେ କରାଯାଉଛି। ପୂର୍ବାହ୍ନରେ ଟିମ୍‌ ବାଣୁଆସାହି, ଗଡ଼ନ୍ତି ଛକ, ଦକ୍ଷିଣଦ୍ୱାର ବରାହୀ ଲେନ୍‌, ବାଲିସାହି ଖଜାପଟିରେ ଘରକୁ ଘର ବୁଲି ସର୍ଭେ କରିଥିଲେ। ଏସ୍‌ଆଇଏର ନିର୍ଦ୍ଦିଷ୍ଟ ଫର୍ମାଟ ଆଧାରରେ ସର୍ଭେ ଚାଲିଛି। ବିସ୍ଥାପିତ ହେବାକୁ ଥିବା ଲୋକଙ୍କ ସହ ଆଲୋଚନା କରାଯାଇ ଫର୍ମ ପୂରଣ କରାଯାଉଛି। ଗତମାସ ୨୪ ତାରିଖରେ ସାମାଜିକ ପ୍ରଭାବ ନିର୍ଦ୍ଧାରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ମାସକ ମଧ୍ୟରେ ଏହା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri