ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବାକୁ ସ୍ଥିର ହୋଇଛି। ସାକ୍ଷୀଗୋପାଳ ଠାକୁରଙ୍କ ମାଲିକାନାରେ ରହିଥିବା ଏହି ଭୂ-ସମ୍ପତ୍ତିି ହସ୍ତାନ୍ତର ପୂର୍ବରୁ ଗୁରୁବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଓ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ପ୍ରସ୍ତାବିତ ଜମି ଅନୁଧ୍ୟାନ କରିଛନ୍ତି। ଜମିର ନକ୍ସା ସହିତ ଉଚ୍ଚ ଅଧିକାରୀ ଦ୍ୱୟ ରାଧାକୁଣ୍ଡ ପାର୍ଶ୍ୱ ଅଞ୍ଚଳ ବୁଲି ଦେଖିଥିଲେ। ଉକ୍ତଜମିକୁ ଲାଗି ରହିଥିବା ହାଇସ୍କୁଲ ଖେଳପଡ଼ିଆର ବିକାଶ, ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଓ ପାଠାଗାର, ଦୁଇଟି ଉଚ୍ଚ ବିଦ୍ୟାଳୟ ଏବଂ ଜନବସତି ସମ୍ପର୍କରେ ଅଧିକାରମାନଙ୍କୁ ପଚାରି ବୁଝିଥିଲେ। ସତ୍ୟବାଦୀ ଗୋପୀନାଥ ଦେବଙ୍କ ମାଲିକାନାରେ ରହିଥିବା ସତ୍ୟବାଦୀ ତହସିଲ ଅଧୀନ ଫୁଲଅଳସା ମୌଜା ଖାତା ନଂ ୧୦୦ ରୁ ୨୮ ଏକର ୭୪ ଡିସିମିଲ ଜମି ପ୍ରଥମେ ଏଥିପାଇଁ ଚିହ୍ନଟ କରାଯାଇଥିଲା। ମାତ୍ର ସାକ୍ଷୀଗୋପାଳଙ୍କ ଗୁପ୍ତ ବୃନ୍ଦାବନ ଲୀଳାକ୍ଷେତ୍ର ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେନାପଟା ଲାଗି ନୀତି ସହିତ ଜଡିତ ବକୁଳବନକୁ ସଂରକ୍ଷିତ ରଖାଯାଇଛି। ଅବଶିଷ୍ଟ ୯.୬୦ ଏକର ଜମିର ମୂଲ୍ୟ ୧୧ କୋଟି ୩୩ ଲକ୍ଷ ୫୮ ହଜାର ଟଙ୍କା ସାକ୍ଷୀଗୋପାଳ ମନ୍ଦିରକୁ ପ୍ରଦାନ କରାଯାଇ ଜମି ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ୧୩/୨୦୧୯ ରିଭିଜନ ପିଟିଶନ, ଦେବୋତ୍ତର କମିଶନରଙ୍କ ମଞ୍ଜୁରୀ ମିଳିବା ପରେ ରାଜ୍ୟ ଆଇନ ବିଭାଗ ସ୍ବୀକୃତି ଦେଇଛନ୍ତି। ଆର୍‌ଡିସି ଏବଂ ଜିଲାପାଳ ପର୍ଯ୍ୟଟନ ପ୍ରକଳ୍ପ ଓ ବନ ବିଦ୍ୟାଳୟର ସ୍ମୃତି ସନ୍ତକ ବୁଲି ଦେଖିଥିଲେ। ସାକ୍ଷୀଗୋପାଳ ଠାକୁରଙ୍କୁ ଦର୍ଶନ କରି ମନ୍ଦିର ପ୍ରତ୍ନତାତ୍ୱିକ ସଂରକ୍ଷଣ ବିଷୟରେ ବୁଝିଥିଲେ। ତହସିଲଦାର କସ୍ତୁରୀ ପ୍ରଧାନ, ଅତିରିକ୍ତ ତହସିଲଦାର ଉଲ୍ଲାସ ସେଠୀ, ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri