ଜମି ଦେବାକୁ କହି ୫୫ଲକ୍ଷ ଠକେଇ: ବିଲ୍‌ଡର୍‌ ଗିରଫ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଜମି ଦେବାକୁ କହି ୫୫ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶହୀଦନଗର ଥାନା ପୋଲିସ ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ଗିରଫ ବିଲ୍ଡର ଜଣଙ୍କ ହେଲେ ଲକ୍ଷ୍ମୀସାଗର ଥାନା ବମିଖାଲ ଅଞ୍ଚଳରେ ରହୁଥିବା ସୁକାନ୍ତ କୁମାର ପ୍ରଧାନ। ରବିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସୁକାନ୍ତ ବମିଖାଲରେ ପରିବାର ସହ ରହୁଛନ୍ତି। ସେ ୨୦୧୮ରୁ ଜମି କାରବାର ଚଳାଇ ଆସୁଛନ୍ତି। ଶହୀଦନଗର ଥାନା କୋରଡ଼ କଣ୍ଟାରେ ତାଙ୍କର କିଛି ଜମି ରହିଛି। ସେହି ଜମିକୁ ସୁକାନ୍ତ ବିକ୍ରି କରିବାକୁ କହି ଏକାଧିକ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ନେଇଥିଲେ। ହେଲେ କାହାରିକୁ ଆଜି ପର୍ଯ୍ୟନ୍ତ ଜମି ଦେଇ ନ ଥିଲେ। ଏପରିକି ଟଙ୍କା ଫେରସ୍ତ ମାଗିଲେ ଧରାଛୁଅଁା ଦେଉନଥିଲେ। ଗୋଟିଏ ଜମିକୁ ଚଞ୍ଚକତା କରି ଏକାଧିକ ଲେକଙ୍କୁ ବିକ୍ରିକରି ଟଙ୍କା ନେଇଯାଇଛନ୍ତି। ଲକ୍ଷ୍ମୀସାଗର ଅଞ୍ଚଳରେ ରହୁଥିବା ଦିପକ କୁମାର ସାମଲ ଏବଂ ଅନ୍ୟ ଜଣେ ମହିଳାଙ୍କୁ ଜମି ଦେବାକୁ କହି ୫୫ ଲକ୍ଷ ଟଙ୍କା ୨୦୧୮ ମସିହାରେ ନେଇଥିଲେ। ଆଜି ପର୍ଯ୍ୟନ୍ତ କାହାରିକୁ ଜମି ଦେଇନାହାନ୍ତି କିମ୍ବା ଟଙ୍କା ଫେରାଇ ନାହାନ୍ତି। ଏନେଇ ଥାନାରେ ଦୀପକ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରିବା ସହ ତଦନ୍ତ କରି ସୁକାନ୍ତକୁ ଗିରଫ କରିଛି। ସୁକାନ୍ତ ଅନ୍ୟ କେଉଁମାନଙ୍କ ଠାରୁ ଜମି ଦେବାକୁ କହି ଟଙ୍କା ଆଣିଥିଲେ ପୋଲିସ ଖୋଳତାଡ଼ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri