ଜମି ଦେବା ନାଁରେ ୭୮ ଲକ୍ଷ ଠକେଇ: ବିଲ୍‌ଡର ଗିରଫ

ମଙ୍ଗୁଳି,୧୫ା୭(ଡି.ଏନ୍‌.ଏ.): ଏକାଧିକ ସ୍ଥାନରେ ଜମି ଦେବାକୁ ପ୍ରତିଶ୍ରୁତି ଦେଇ ୭୮ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ପ୍ରଶାନ୍ତ ବେହେରା ନାମକ ଜଣେ ବିଲ୍‌ଡରଙ୍କୁ ଜଗତ୍‌ପୁର ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ ଥାନା କାଇଞ୍ଚପୁର ଗ୍ରାମରେ ହୋଇଥିବାବେଳେ ସେ କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାରରେ ରହୁଥିଲେ। ମିଳିଥିବା ସୂଚନା ଅନୁଯାୟୀ, ପ୍ରଶାନ୍ତ ଜୟ ମାତାଦି କନଷ୍ଟ୍ରକ୍ସନ ଆଣ୍ଡ୍‌ ଡେଭଲପର ପ୍ରାଃ. ଲିମିଟେଡ ନାମକ ବିଲ୍‌ଡ୍‌ର ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ। ସେ ଶିଖରପୁର ଉପରସାହି ଅଞ୍ଚଳର ଅଶେଷ ସେଠୀ ନାମକ ବ୍ୟକ୍ତିଙ୍କୁ ଜମି ଯୋଗାଇ ଦେବାକୁ କହି ୨୦ ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲେ। ସେହିପରି ଜମି ଯୋଗାଇ ଦେବା ପାଇଁ ମଧ୍ୟ ଅଶେଷଙ୍କ ମାର୍ଫତରେ ତାଙ୍କର ଜଣେ ବନ୍ଧୁଙ୍କଠାରୁ ୫୮ ଲକ୍ଷ ଟଙ୍କା ନେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପ୍ରଶାନ୍ତ ସେମାନଙ୍କୁ ଜମି ଦେଇ ନଥିଲେ। ଫଳରେ ସେମାନେ ତାଙ୍କୁ ଟଙ୍କା ମାଗିଥିଲେ। ସେମାନଙ୍କୁ ଉକ୍ତ ସଂସ୍ଥା ପକ୍ଷରୁ ୫୦ ଲକ୍ଷ ଟଙ୍କାର ଏକ ବ୍ୟାଙ୍କ୍‌ ଚେକ୍‌ ପ୍ରଦାନ କରାଯାଇଥିଲା। ହେଲେ ଉକ୍ତ ଚେକ୍‌ ବାଉନ୍ସ ହୋଇଯାଇଥିଲା। ଅଶେଷ ଏ ସମ୍ପର୍କରେ ପ୍ରଶାନ୍ତଙ୍କୁ ପଚାରିଥିଲେ। ପରେ ପ୍ରଶାନ୍ତ ଉକ୍ତ ବ୍ୟାଙ୍କର ଅନ୍ୟଏକ ଆକାଉଣ୍ଟ ନମ୍ବରରେ ୫୦ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ। ପୁନଶ୍ଚ ଉକ୍ତ ଚେକ୍‌ ବାଉନ୍ସ ହୋଇଯାଇଥିଲା। ଅଶେଷ ଓ ତାଙ୍କ ବନ୍ଧୁ ଠକାମିର ଶିକାର ହୋଇଥିବା ଜାଣିପାରି ଚେକ୍‌ ବାଉନ୍ସକୁ ନେଇ କଟକ ଜେଏମ୍‌ଏଫ୍‌ସି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାନ୍ତଙ୍କୁ ଜଗତ୍‌ପୁର ପୋଲିସ ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୯୮/୨୨) ରୁଜୁ ହୋଇଛି। ସେହିପରି ଠକାମିର ଶିକାର ହୋଇଥିବା ଅନ୍ୟ କେତେଜଣ ବ୍ୟକ୍ତି ପ୍ରଶାନ୍ତଙ୍କ ନଁାରେ ଥାନାରେ ଅଭିଯୋଗ କରିଥିବା ଥାନାଧିକାରୀ ରବୀନ୍ଦ୍ରନାଥ ମେହେର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri