ଯାଜପୁର ଟାଉନ,୧୧-୯(ଡି.ଏନ୍.ଏ.)- ଯାଜପୁର ବ୍ଲକର ସିମିଳିଆ ପଞ୍ଚାୟତର ଶହ ଶହ ଲୋକମାନେ ଜମିପଟ୍ଟା ପାଇବାରୁ ବଞ୍ଚତ୍ତ ଅଛନ୍ତି। ଏନେଇ ଗତ ମାର୍ଚ୍ଚ ୬ ତାରିଖରେ ଏହି ପଞ୍ଚାୟତର ଶତାଧିକ ଗ୍ରାମବାସୀ ଏବଂ ଅଲଇଣ୍ଡିଆ କୃଷକ କ୍ଷେତ ମଜଦୂର ସଂଗଠନ ପକ୍ଷରୁ ଜିଲାପାଳଙ୍କ ଅଫିସ ଆଗରେ ଗଣଧାରଣା ଦିଆଯାଇଥିଲା। ସେତେବେଳେ ପ୍ରଶାସନ ପକ୍ଷରୁ ଯଥାଶୀଘ୍ର ବନ୍ଦୋବସ୍ତ ପୂର୍ବକ ପଟ୍ଟା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିଥିଲା। ମାତ୍ର ଇତିମଧ୍ୟରେ ୬ ମାସ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କୁ ପଟ୍ଟା ପ୍ରଦାନ କରାଯାଇ ନାହିଁ। ଏପରିସ୍ଥଳେ କୃଷକ ନେତା ପ୍ରମୋଦ ମଲ୍ଲିକ, ଭୀମସେନ ରାଉତ, ଘନଶ୍ୟାମ ପରିଡା, ମେଘନାଦ ଜେନା, ଉପେନ୍ଦ୍ର ସାମଲ, ହରେକୃଷ୍ଣ ନାୟକ, ଘନଶ୍ୟାମ ସେଠୀ ପ୍ରମୁଖଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଓ ଗ୍ରାମବାସୀ ମଙ୍ଗଳବାର ମିଳିତ ଅଭିଯୋଗ ଶୁଣାଣି ଶିବିରକୁ ଆସି ଜିଲାପାଳ ରଞ୍ଜନ କୁମାର ଦାସଙ୍କୁ ଭେଟି ଦାବୀପତ୍ର ପ୍ରଦାନ କରିଛନ୍ତି। ଆସନ୍ତା ୧ମାସ ମଧ୍ୟରେ ଏହି ପଞ୍ଚାୟତର ବନ୍ଦୋବସ୍ତ ସମାପ୍ତ ପୂର୍ବକ ସମସ୍ତଙ୍କୁ ଜମି ପଟ୍ଟା ଯୋଗାଇ ନ ଦେଲେ ଆସନ୍ତା ଅକ୍ଟୋବର ୧୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଗଣଧାରଣାରେ ବସିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।
ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ
ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…
ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…
ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…
ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’
କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…
ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି
ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…
ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…
ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…
୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …
ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…
ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ
ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…
ଛିଡା ହୋଇଥିବା ଟ୍ରକ୍ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ
କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…
Archives

