ଜମି ବିବାଦକୁ ନେଇ ମାଲିକ-କିନ୍ନର ଗୋଷ୍ଠୀ ମୁହଁ।ମୁହିଁ

ବ୍ରହ୍ମପୁର ଅଫିସ,୨୪ା୬-ଗୋଷାଣୀନୂଆଗଁ। ରେ ଥାନା ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ଥିବା ଏକ ଜମି ବିବାଦ ଏବେ ଉଗ୍ରରୂପ ନେଇଛି। ଗୋଟିଏ ପଟେ ଜମି ମାଲିକ ନିଜ ଜାଗାରେ କାମ ଆରମ୍ଭ କରିଥିବା ବେଳେ ସେଠାରେ ରହୁଥିବା କିନ୍ନର ଓ ଅନ୍ୟ କେତେଜଣ ଲୋକ ଏହାର ପ୍ରତିବାଦ କରିଥିଲେ। ଫଳରେ ୨ ଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସହ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁପ୍ରସାଦ ପତିଙ୍କ ନେତୃତ୍ୱରେ ସେଠାରେ ୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଜମି ମାଲିକାନାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସେଥିପାଇଁ ପୋଲିସ ଉଭୟ ପକ୍ଷକୁ ଧାରା ୧୦୭ରେ ନୋଟିସ ଜାରି କରିଛି ବୋଲି ଏସ୍‌ଡ଼ିପିଓ ପତି ସୂଚନା ଦେଇଛନ୍ତି। ସେହିପରି ମାଲିକାନା ସତ୍ତ୍ବେ କାଗଜପତ୍ର ମାଜିଷ୍ଟ୍ରେଟ୍‌ଙ୍କ ନିକଟରେ ଦାଖଲ ପାଇଁ ଉଭୟ ଗୋଷ୍ଠୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି। ଅନ୍ୟପଟେ ଘଟଣାସ୍ଥଳରେ ଲାଗି ରହିଥିବା ଚାପା ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ସେଠାରେ ୧୪୪ ଧାରା ଜାରି କରିବା ପାଇଁ ବ୍ରହ୍ମପୁର ଉପ ଜିଲାପାଳଙ୍କ ନିକଟରେ ଆବେଦନ କରିଥିବା ଏସ୍‌ଡ଼ିପିଓ ପତି ସୂଚନା ଦେଇଛନ୍ତି।
ପ୍ରକାଶଯେ, ବଡବଜାର ଅଞ୍ଚଳର ସତ୍ୟନାରାୟଣ ସୁବୁଦ୍ଧିଙ୍କର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମ୍ମୁଖରେ ଏକ ଜମି ରହିଛି। ଏଥିରେ ଗୃହ ନିର୍ମାଣ ପାଇଁ ସତ୍ୟନାରାୟଣ ଏକ ସଂସ୍ଥାକୁ ଦାୟିତ୍ୱ ଦେଇଥିଲେ। ସଂସ୍ଥା କର୍ମଚାରୀମାନେ ସେଠାରେ ମଙ୍ଗଳବାର କାମ ଆରମ୍ଭ କରିଥିଲେ। ହେଲେ ସେଠାରେ କିନ୍ନର ଓ କେତେଜଣ ଲୋକ ଘର କରି ରହୁଥିବାରୁ ସେମାନେ ଏହାର ପ୍ରତିବାଦ କରିଥିଲେ। ଫଳରେ ଆମେ ଉଠିବୁ ନାହୁଁ । ଏଥିଯୋଗୁ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଖବର ପାଇ ପୋଲିସ ପହଞ୍ଚି ଉଭୟଙ୍କୁ ବୁଝାଶୁଝା କରିଥିଲା। ଚାପା ଉତ୍ତେଜନାକୁ ପ୍ରତିହତ କରିବା ପାଇଁ ପୋଲିସ ଜଗି ରହିବା ସହ ପରିସ୍ଥିତି ଉପରେ ଦୃଷ୍ଟି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri