ଜମି ବିବାଦକୁ ନେଇ ମାଲିକ-କିନ୍ନର ଗୋଷ୍ଠୀ ମୁହଁ।ମୁହିଁ

ବ୍ରହ୍ମପୁର ଅଫିସ,୨୪ା୬-ଗୋଷାଣୀନୂଆଗଁ। ରେ ଥାନା ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ଥିବା ଏକ ଜମି ବିବାଦ ଏବେ ଉଗ୍ରରୂପ ନେଇଛି। ଗୋଟିଏ ପଟେ ଜମି ମାଲିକ ନିଜ ଜାଗାରେ କାମ ଆରମ୍ଭ କରିଥିବା ବେଳେ ସେଠାରେ ରହୁଥିବା କିନ୍ନର ଓ ଅନ୍ୟ କେତେଜଣ ଲୋକ ଏହାର ପ୍ରତିବାଦ କରିଥିଲେ। ଫଳରେ ୨ ଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସହ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁପ୍ରସାଦ ପତିଙ୍କ ନେତୃତ୍ୱରେ ସେଠାରେ ୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଜମି ମାଲିକାନାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସେଥିପାଇଁ ପୋଲିସ ଉଭୟ ପକ୍ଷକୁ ଧାରା ୧୦୭ରେ ନୋଟିସ ଜାରି କରିଛି ବୋଲି ଏସ୍‌ଡ଼ିପିଓ ପତି ସୂଚନା ଦେଇଛନ୍ତି। ସେହିପରି ମାଲିକାନା ସତ୍ତ୍ବେ କାଗଜପତ୍ର ମାଜିଷ୍ଟ୍ରେଟ୍‌ଙ୍କ ନିକଟରେ ଦାଖଲ ପାଇଁ ଉଭୟ ଗୋଷ୍ଠୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି। ଅନ୍ୟପଟେ ଘଟଣାସ୍ଥଳରେ ଲାଗି ରହିଥିବା ଚାପା ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ସେଠାରେ ୧୪୪ ଧାରା ଜାରି କରିବା ପାଇଁ ବ୍ରହ୍ମପୁର ଉପ ଜିଲାପାଳଙ୍କ ନିକଟରେ ଆବେଦନ କରିଥିବା ଏସ୍‌ଡ଼ିପିଓ ପତି ସୂଚନା ଦେଇଛନ୍ତି।
ପ୍ରକାଶଯେ, ବଡବଜାର ଅଞ୍ଚଳର ସତ୍ୟନାରାୟଣ ସୁବୁଦ୍ଧିଙ୍କର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମ୍ମୁଖରେ ଏକ ଜମି ରହିଛି। ଏଥିରେ ଗୃହ ନିର୍ମାଣ ପାଇଁ ସତ୍ୟନାରାୟଣ ଏକ ସଂସ୍ଥାକୁ ଦାୟିତ୍ୱ ଦେଇଥିଲେ। ସଂସ୍ଥା କର୍ମଚାରୀମାନେ ସେଠାରେ ମଙ୍ଗଳବାର କାମ ଆରମ୍ଭ କରିଥିଲେ। ହେଲେ ସେଠାରେ କିନ୍ନର ଓ କେତେଜଣ ଲୋକ ଘର କରି ରହୁଥିବାରୁ ସେମାନେ ଏହାର ପ୍ରତିବାଦ କରିଥିଲେ। ଫଳରେ ଆମେ ଉଠିବୁ ନାହୁଁ । ଏଥିଯୋଗୁ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଖବର ପାଇ ପୋଲିସ ପହଞ୍ଚି ଉଭୟଙ୍କୁ ବୁଝାଶୁଝା କରିଥିଲା। ଚାପା ଉତ୍ତେଜନାକୁ ପ୍ରତିହତ କରିବା ପାଇଁ ପୋଲିସ ଜଗି ରହିବା ସହ ପରିସ୍ଥିତି ଉପରେ ଦୃଷ୍ଟି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri