ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଜମିଜମା ରେକର୍ଡ ଡିଜିଟାଇଜିଂ କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ନ୍ୟାଶନାଲ କାଉନ୍ସିଲ ଅଫ ଆପ୍ଲାଏଡ ଇକୋନୋମିକ୍ସ ରିସର୍ଚ୍ଚ(ଏନସିଏଇଆର) ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭିସ ଟ୍ୟାକ୍ସ ସର୍ଭିସେସ ଇଣ୍ଡେକ୍ସରୁ ଏହା ଜଣାପଡିଛି। ଏ କ୍ଷେତ୍ରରେ ମଧ୍ୟ ପ୍ରଦେଶ ପ୍ରଥମ ସ୍ଥାନରେ ଥିବା ବେଳେ ମହାରାଷ୍ଟ୍ର, ଛତିଶଗଡ, ତାମିଲନାଡୁ, ପଶ୍ଚିମବଙ୍ଗ, ଝଡଖଣ୍ଡ, ରାଜସ୍ଥାନ, ତେଲଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶ ତୃତୀୟରୁ ଦଶମ ସ୍ଥାନ ଅଧିକାରୀ କରିଛନ୍ତି। ଏନସିଏଇଆର ପକ୍ଷରୁ ୨୦୧୯-୨୦ ଲ୍ୟାଣ୍ଡ ରେକର୍ଡ ସଂଗ୍ରହ କରାଯାଇଥିଲା। ପ୍ରଥମତଃ ରାଜ୍ୟର ସମସ୍ତ ଜମିଜମା ରେକର୍ଡ ଲୋକଙ୍କ ନିକଟରେ ଡିଜିଟାଲ ପଦ୍ଧତିରେ ଉପଲବ୍ଧ ଅଛି କି ନାହିଁ, ଅଫିସିଆଲ ମ୍ୟାପ୍ ଲ୍ୟାଣ୍ଡ ରେକର୍ଡ ସହ ଅଛି କି ନାହିଁ ଏବଂ ଜମି ବିକ୍ରି ଖରିଦର ପଦ୍ଧତିକୁ ନେଇ ଏହି ସର୍ଭେ କରାଯାଇଥିଲା। ଏନସିଏଇଆରର ମହାନିର୍ଦ୍ଦେଶକ ଜେନେରାଲ ଶେଖର ଶାହ କହିଛନ୍ତି ଯେ, ଡିଜାଇନ ଆକ୍ସନ ପ୍ଲାନ ଜମି ରେକର୍ଡ ଗ୍ରହଣକୁ ସୁନିଶ୍ଚିତ କରିଥାଏ।
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...
ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….
ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...
ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର
ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...
ସର୍ବଭାରତୀୟ ନାଟକ ସମାରୋହ ଉଦ୍ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’
ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...
ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…
ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...
ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି
ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...
Archives


