ଜମୁଛି ନାଲ୍‌କୋ ବିଶ୍ୱକର୍ମା ପୂଜା

ବଅଁରପାଳ, ୧୯।୯ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବିଶ୍ୱକର୍ମା ପୂଜାରେ ପ୍ରବଳ ଗହଳି ହେଉଛି। ପ୍ରଥମ ଦିନରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥିବା ବେଳେ ଦ୍ୱିତୀୟ ଦିନରେ ଭିଡ଼ ଆହୁରି ବଢ଼ିଥିବା ଦେଖିବାକୁ ମିଳିଛି। ପାଗ ଅନୁକୂଳ ଥିବାରୁ ବୁଧବାର ପ୍ରାୟ ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥିଲା।
ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ୨୩ଟି ମଣ୍ଡପରେ ପୂଜା ଅନୁଷ୍ଠିତ ହେଉଛି। ଆକର୍ଷଣୀୟ ତୋରଣ ସାଙ୍ଗକୁ ମଣ୍ଡପର ସାଜସଜ୍ଜା ଆକର୍ଷଣୀୟ ହୋଇଛି। ପଟ୍‌ଲାଇନ୍ସର ପ୍ରାୟ ୧୨ ଫୁଟ ଉଚ୍ଚତାର ତୋରଣ ଲୋକଙ୍କୁ ଅଧିକ ଆକର୍ଷିତ କରିଛି। ସେହିପରି ମୋବାଇଲ ଇକ୍ୟୁପମେଣ୍ଟ, ନାଲକୋ ଠିକାଦାର ସଂଘ, କାଷ୍ଟହାଉସ-ବି, କାର୍ବନ ଏରିଆ, ସିପିପି ଅପରେଶନ୍‌, ରଡିଂଶପ୍‌ ଆଦିର ମଣ୍ଡପ ସହ ତୋରଣ ବେଶ୍‌ ମନୋଲୋଭା ହୋଇପାରିଛି। ପୂଜା ଅଞ୍ଚଳରେ ପଲ୍ଲିଶ୍ରୀ ମେଳା ସାଙ୍ଗକୁ ଦୋଳି, ମିନା ବଜାରରେ ଦର୍ଶକମାନଙ୍କ ମଧ୍ୟରେ ଭିଡ଼ ଜମୁଛି। ସେହିପରି ରଙ୍ଗିନ ଆଲୋକରେ ସମଗ୍ର ନାଲକୋ ଅଞ୍ଚଳ ବେଶ୍‌ ଝଲମଲ ହୋଇପଡ଼ିଛି। କମ୍ୟୁନିଟ୍‌ ସେଣ୍ଟର ଠାରୁ ନାଲକୋ ଷ୍ଟାଡିୟମ ପର୍ଯ୍ୟନ୍ତ ରଙ୍ଗ ବେରଙ୍ଗ ଆଲୋକ ସଜ୍ଜା କରାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ନାଲ୍‌କୋ ପୂଜାକୁ ସୁପରିଚାଳନା ପାଇଁ ନାଲକୋ ୱେଲଫର କମିଟି ଅଧ୍ୟକ୍ଷ ରାଜାରାମ୍‌ ମିଶ୍ର, ମଣିରଞ୍ଜନ ପଟ୍ଟନାୟକ, କୋଅର୍ଡିନେଟ୍‌ର କେ.କେ. ବେହେରା ପ୍ରମୁଖ ବେଶ୍‌ ସହଯୋଗ କରୁଛନ୍ତି। ଚିତ୍ତରଞ୍ଜନ ଚୌଧୁରୀ ଧାରା ବିବରଣୀ ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri