ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ

ହିନ୍ଦୋଳ,୧୯ା୧୦(ଡି.ଏନ.ଏ)-ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି ଉତ୍ସବର ମାହୋଲ। ମଣ୍ଡପରେ ନୀତିକାନ୍ତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ଚାଲିଥିବାବେଳେ ନାମ ସଂକୀର୍ତ୍ତନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମିନାବଜାର, ବନ୍ଧୁବାନ୍ଧବଙ୍କ ଭିଡ଼ରେ କମ୍ପୁଛି ଗ୍ରାମ୍ୟ ପରିବେଶ।
ହିନ୍ଦୋଳ ସଦର ମହକୁମାରେ ଗତ ୧୩ ତାରିଖଠାରୁ ଆରମ୍ଭ ହୋଇଛି ମା’ଲକ୍ଷ୍ମୀଙ୍କ ପୂଜା। ଆଲୋକମାଳାରେ ସାରା ମହକୁମା ଝଲସି ଉଠୁଥିବାବେଳେ ସାରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ବଢିବାରେ ଲାଗିଛି। ପ୍ରତି ବଜାରରେ ବିଭିନ୍ନ ମନୋହରୀ ଜିନିଷ ସମେତ ଚାର୍ଟ, ଗୁପ୍‌ଚୁପ୍‌, ଆଇସକ୍ରିମ, ମଥୁରା କେକ୍‌, ଦୋଳି ଆଦି ପଡିଥିବାରୁ ଶହ ଶହ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହେଉଛି। ମହକୁମାରେ ମୋଟ ୧୪ଗୋଟି ପୂଜା ମଣ୍ଡପ ବସଷ୍ଟାଣ୍ଡ ବଜାର, ଲକ୍ଷ୍ମୀବଜାର, ମେଡିକାଲ ଛକ ବଣିକ ସଂଘ, କଳ୍ପନା ବଜାର, ମୀରା ବଜାର, ଗୁଣ୍ଡିଚାମଣ୍ଡପ କାରୀଗର ସାହି, ନୂତନପଟଣା କ,ଖ,ଗ, ବନମାଳୀପୁର, ପୀତାବଳି ମା’ଲକ୍ଷ୍ମୀପୂଜା କମିଟି, ରାଧାନାଥପୁର, ଗୋପାଳପୁର, ଚମ୍ପତିସାହି ପୂଜା କମିଟି ପକ୍ଷରୁ ଧୁମ୍‌ଧାମ୍‌ରେ ପୂଜା ପାଳିତ ହୋଇଛି। ଆସନ୍ତା ୨୨ରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri