Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦର ବୀଜ ବପନ କରିଛି କଂଗ୍ରେସ: ରାମ ମାଧବ

ନୂଆଦିଲ୍ଲୀ,୨୯।୬: ଭାଜପାର ରାଷ୍ଟ୍ରୀୟ ମହାସଚିବ ରାମ ମାଧବ ଜମ୍ମୁ-କଶ୍ମୀର ଆତଙ୍କବାଦକୁ ନେଇ ସିଧା କଂଗ୍ରେସ ଓ ନ୍ୟାଶନାଲ କନଫରେନ୍ସ(ଏନ୍‌ସି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କଂଗ୍ରେସ ଓ ଏନ୍‌ସି ଜମ୍ମୁ-କଶ୍ମୀରରେ ଆତଙ୍କବାଦର ବୀଜ ବପନ କରିଛନ୍ତି। ଫଳରେ ପାକିସ୍ତାନ ଏହାର ଫାଇଦା ଉଠାଉଛି। ସେ କହିଛନ୍ତି, ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଲୋକ ସଭାରେ ଯାହା କହିଲେ ତାହା ଐତିହାସିକ ସତ୍ୟ ଥିଲା। କାରଣ କଶ୍ମୀରରେ ସମସ୍ୟା ନେହେରୁଙ୍କ ସମୟରୁ ସ୍ବତନ୍ତ୍ର ଭାରତର ପ୍ରଥମ ସରକାରଙ୍କ ନୀତି ଯୋଗୁ ସୃଷ୍ଟି ହୋଇଥିଲା। ସେଥିପାଇଁ ଜମ୍ମୁ-କଶ୍ମୀର ବିଭାଜନ କଥା ଉଠିଥିଲା। ତେଣୁ ଜମ୍ମୁ-କଶ୍ମୀର ସମସ୍ୟା ପାଇଁ କଂଗ୍ରେସ ଦାୟୀ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri