Posted inଜାତୀୟ

ଜମ୍ମୁ-କଶ୍ମୀରରେ ଖୋଲିଲା ଶିକ୍ଷାନୁଷ୍ଠାନ

ଶ୍ରୀନଗର,୧୯।୮: ଦୁଇ ଦିନ ତଳେ ପ୍ରଶାସନ ଦେଇଥିବା କଥା ଅନୁଯାୟୀ ସୋମବାରୁ ଜମ୍ମୁ-କଶ୍ମୀରର ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନକୁ ପୁଣିଥିରେ ଖୋଲି ଦିଆଯାଇଛି। ପ୍ରାୟ ୧୨ ଦିନ ପରେ ଏଠାରେ ୫ ଜିଲାରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯାଇଥିବା ବେଳେ ୨୪ ଘଣ୍ଟା ଭିତରେ ଏହାକୁ ପୁଣିଥରେ ବନ୍ଦ କରି ଦିଆଯାଇଛି। ହେଲେ ଶ୍ରୀନଗରର କିଛି ଅଞ୍ଚଳରେ ଲ୍ୟାଣ୍ଡ ଲାଇନ୍‌ ସେବା କାମ କରୁଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ଏଠାରେ ହିଂସା ପରିସ୍ଥିତିକୁ ଲକ୍ଷ୍ୟ କରି ସରକାରଙ୍କ ପକ୍ଷରୁ ୧୪୪ ଧାରା ଜାରି କରାଯିବା ସହ ମୋବାଇଲ ଓ ଇଣ୍ଟରନେଟ ସେବାକୁ ବନ୍ଦକରି ଦିଆଯାଇଥିଲା। ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେବାରୁ ପୁଣିଥରେ ମୋବାଇଲ ଓ ଇଣ୍ଟରନେଟ ସେବା ଯୋଗାଇ ଦିଆଯିବା ସହ ପର୍ଯ୍ୟାୟକ୍ରମେ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନକୁ ଖୋଲା ଯାଇଥିଲା। ତେବେ ଜମ୍ମୁ-କଶ୍ମୀର ପ୍ରଶାସନର ସୂଚନା ଅନୁଯାୟୀ ସୋମବାର ସୁଦ୍ଧା ଏଠାକାର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ କାର୍ଯ୍ୟାଳୟ ଖୋଲାଯିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri