Posted inଜାତୀୟ

ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର

ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍‌ କନ୍‌ସଲ ସୂଚନା ଦେଇଛନ୍ତି। ସେହିପରି ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ବଳରେ ଅନୂ୍ୟନ ୪ ହଜାର ଲୋକଙ୍କୁ ଗିରଫ କରାଗଲାଣି ବୋଲି ନିଜ ପରିଚୟ ଗୋପନ ସର୍ତ୍ତରେ ଜଣେ ମାଜିଷ୍ଟ୍ରେଟ୍‌ କହିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ କଶ୍ମୀର ବାହାରେ ରଖାଯାଇଛି। କାରଣ କଶ୍ମୀରରେ ଥିବା ଜେଲ୍‌ଗୁଡ଼ିକରେ ଧାରଣ କ୍ଷମତାରୁ ଅଧିକ କଏଦୀ ରହିଛନ୍ତି। ପ୍ରକାଶ ଯେ, ବିବାଦୀୟ ଆଇନ ପିଏସ୍‌ଏ ବଳରେ କର୍ତ୍ତୃପକ୍ଷ ଯେକୌଣସି ବ୍ୟକ୍ତିଙ୍କୁ ବିନା କୌଣସି ଅଭିଯୋଗ ଓ ଶୁଣାଣିରେ ୨ ବର୍ଷ ପର୍ଯ୍ୟନ୍ତ ଜେଲରେ ପୂରାଇ ରଖିପାରିବେ। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା, ଓମାର ଅବ୍‌ଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ସମେତ ଶତାଧିକ ରାଜନେତାଙ୍କୁ ଗୃହବନ୍ଦୀ ରଖାଯାଇଛି। ରବିବାର ଶ୍ରୀନଗରର କେତେକ ସ୍ଥାନରେ ହିଂସା ଘଟିଛି। ଏହାକୁ ଦୃଷ୍ଟିରେ ରଖି ସହରରେ ପୁଣି କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?