Posted inଜାତୀୟ

ଜମ୍ମୁ-କଶ୍ମୀରରେ ନେତାଙ୍କୁ ନଜରବନ୍ଦୀ ଘଟଣାକୁ ନିନ୍ଦା କଲେ ପୂର୍ବତନ ଅର୍ଥମନ୍ତ୍ରୀ

ଶ୍ରୀନଗର,୫।୮: ଜମ୍ମୁ-କଶ୍ମୀରରେ ନେତାଙ୍କୁ ନଜରବନ୍ଦୀ ରଖାଯିବା ଘଟଣାକୁ ନେଇ ରାଜନୈତିକ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହ ଏହାକୁ କିଛି ନେତା ବିରୋଧ କରିଛନ୍ତି। ସୋମବାର ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ୍‌ ଏହି ଘଟଣାକୁ ନିନ୍ଦା କରିବା ସହ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସରକାର ନିଜ ଉଦ୍ଦେଶ୍ୟ ପୂରଣ କରିବାକୁ ଯାଇ ସମସ୍ତ ଲୋକତାନ୍ତ୍ରିକ ମାନଦଣ୍ଡର ଅବହେଳା କରୁଛନ୍ତି। କଶ୍ମୀର ଘାଟିରେ ହଠାତ୍‌ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯିବା ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଓ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀ କରିଦିଆଯାଇଥିଲା। ଅପରପକ୍ଷରେ କଶ୍ମୀର ସହିତ ଜମ୍ମୁର ବହୁ ଜିଲ୍ଲାରେ ୧୪୪ ଧାରା ଲାଗୁ କରାଯାଇଛି। ଏଥିସହ ସହରର ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯିବା ସହ ସମସ୍ତ ପରୀକ୍ଷାକୁ ବାତିଲ କରାଯାଇଛି। ସେହିପରି ଇଣ୍ଟରନେଟ ସେବାକୁ ମଧ୍ୟ ବନ୍ଦ କରିଦିଆଯାଇଛି। ଏହି ସବୁକୁ ଚିଦାମ୍ବରମ ବିରୋଧ କରିଛନ୍ତି। ଏହାପୂର୍ବରୁ କଂଗ୍ରେସ ନେତା ଶଶି ଥରୁର ମଧ୍ୟ ଏହି ଘଟଣାକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?