Posted inଜାତୀୟ

ଜମ୍ମୁ-କଶ୍ମୀରରେ ଲାଗୁହେବ ୧୦୬ କେନ୍ଦ୍ରୀୟ ଆଇନ

ନୂଆଦିଲ୍ଲୀ ,୭ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରୁ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦, ୩୫ଏ ହଟାଇବା ସହ ଏହାକୁ ଏକ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ତେଣୁ ଜମ୍ମୁ-କଶ୍ମୀର ଲାଗି ଭାରତ ସମ୍ବିଧାନର ସମସ୍ତ ବ୍ୟବସ୍ଥା ଲାଗୁ କରାଯିବ। ସମ୍ବିଧାନର ପଞ୍ଚମ ଅନୁଚ୍ଛେଦ ଅନୁଯାୟୀ କେନ୍ଦ୍ର ସରକାର କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଲାଗି ୧୦୬ଟି କେନ୍ଦ୍ରୀୟ ଆଇନ ଲାଗୁ କରିବାକୁ ଯାଉଛି। ସମ୍ବଧାନର ପଞ୍ଚମ ଅନୁଚ୍ଛେଦରେ ଆସାମ, ମେଘାଳୟ, ତ୍ରିପୁରା ଓ ମିଜୋରାମକୁ ଛାଡ଼ି ଅନ୍ୟ ଅନୁସୂଚିତ ଅଞ୍ଚଳ ଓ ଅନୁସୂଚିତ ଜନଜାତି ଉପରେ ପ୍ରଶାସନିକ ନିୟନ୍ତ୍ରଣ କଥା ଉଲ୍ଲେଖ ଅଛି। ହିନ୍ଦୁ ବିବାହ ଆଇନ, ହିନ୍ଦୁ ଉତ୍ତରାଧିକାରୀ ଆଇନ, ସମ୍ପତିଗତ ଅଧିକାର ଆଦି ସମ୍ପର୍କରେ ଆଇନ ମଧ୍ୟ ରହିଛି। ବରିଷ୍ଠ ଓକିଲ ତଥା ସମ୍ବିଧାନ ବିଶାରଦ ରାକେଶ ଦ୍ୱିବେଦୀ କହିଛନ୍ତି, ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବା ପରେ ଏହା ଉପରେ କେନ୍ଦ୍ର ସରକାର ଆଇନ ପ୍ରଣୟନ କରିବାର ସମ୍ପୂର୍ଣ୍ଣ ଅଧିକାର ରହିଛି।
ଜମ୍ମୁ-କଶ୍ମୀରର ସୁରକ୍ଷା ଲାଗି ସମ୍ବିଧାନର ଧାରା ୩୫ଏ ଏକ ବଳିଷ୍ଠ ଭୂମିକା ଗ୍ରହଣ କରୁଥିଲା। ଜମି ମାଲିକାନାସ୍ବତ୍ତ୍ୱ, ସ୍କଲାରଶିପ୍‌, କର୍ମସଂସ୍ଥାନ ଆଦି ରାଜ୍ୟ ବ୍ୟାପାରଭୁକ୍ତ ଥିଲା। ଏବେ ୩୭୦ ଓ ୩୫ଏ ଧାରା ହଟିଯିବା ପରେ ଜମ୍ମୁ-କଶ୍ମୀର ଭାରତର ସମ୍ପୂର୍ଣ୍ଣ ଅବିଚ୍ଛେଦ୍ୟ ଅଙ୍ଗ ପାଲଟି ଯାଇଛି। ସମ୍ବିଧାନର ଧାରା ୩ ଅନୁଯାୟୀ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ନୂଆ ଭୂଖଣ୍ଡର ସୀମାରେଖା ନିର୍ଦ୍ଧାରଣ କରାଯିବ। ବିଭିନ୍ନ ବିଚାରବିମର୍ଶ ପରେ ପାର୍ଲାମେଣ୍ଟରେ ଏନେଇ ଆଇନ ଅଣାଯିିବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବ। ଆର୍ଥିକ ଅନଗ୍ରସରଙ୍କ ଲାଗି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ହେଲେ କେନ୍ଦ୍ର ସଂଶୋଧନ ପ୍ରସ୍ତାବ ଆଣିବ। ଜମ୍ମୁ-କଶ୍ମୀରରେ ପ୍ରଚଳିତ ପ୍ର୍ରଥା, ପରମ୍ପରା ଲାଗି କେନ୍ଦ୍ର ସରକାର ମଧ୍ୟ ନୂଆ ଆଇନ ପ୍ରସ୍ତୁତ କରିପାରିବେ। ଏଭଳି ଅନେକ ଆଇନ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ପାଇଁ ଲାଗୁ କରିପାରନ୍ତି ବୋଲି ସମ୍ବିଧାନ ବିଶାରଦ ତଥା ବରିଷ୍ଠ ଓକିଲ ନରେନ୍ଦ୍ର ହୁଡ଼ା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri