Posted inଜାତୀୟ

ଜମ୍ମୁ-କଶ୍ମୀରରେ ସେନା ଅପରେଶନ: ଯବାନ ଶହୀଦ, ୬ ଆତଙ୍କବାଦୀ ନିହତ

ଜମ୍ମୁ,୨୯ା୯(ପି.ଟି.): ଜମ୍ମୁ-କଶ୍ମୀରର ଦୁଇଟି ସ୍ଥାନରେ ଶନିବାର ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ମୋଟ ୬ ଆତଙ୍କବାଦୀ ନିହତ ହୋଇଛନ୍ତି। କିସ୍ତଓ୍ବାର ନିକଟ ବାଟୋଟେ ଅଞ୍ଚଳରେ ସେନାର ଦୀର୍ଘ ୯ ଘଣ୍ଟା ଅପରେଶନ ପରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡ଼ିଛି। ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ହିଜବୁଲ ମୁଜାହିଦ୍ଦିନ କମାଣ୍ଡର। ଓସାମା ନାମକ ଏହି ହିଜବୁଲ ଆତଙ୍କବାଦୀ ରାଜନେତାମାନଙ୍କୁ ଟାର୍ଗେଟ କରି ମାରୁଥିଲା ବୋଲି ଜଣାପଡ଼ିଛି। ଅନେକ ଭାଜପା, ଆର୍‌ଏସ୍‌ଏସ୍‌ ନେତା ତାଙ୍କ ଟାର୍ଗେଟରେ ଥିଲେ। ଅନ୍ୟ ୨ ନିହତ ଆତଙ୍କବାଦୀ ହେଲେ ଜାହିଦ୍‌ ଓ ଫାରୁକ୍‌।
ଅନ୍ୟପକ୍ଷରେ ଗନ୍ଦରର୍ବାଲ ଅଞ୍ଚଳର ନରନାଗ ଗ୍ରାମରେ ସେନା ଏନ୍‌କାଉଣ୍ଟରରେ ପୁଣି ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ସେନା ମୁଖପାତ୍ର ପ୍ରକାଶ କରିଛନ୍ତି। ଏକ ଘରେ ଲୁଚିଥିବା ଏହି ଆତଙ୍କବାଦୀଙ୍କୁ ସେନା ପକ୍ଷରୁ ଘେରାବନ୍ଦୀ କରାଯାଇଥିଲା। ଆତଙ୍କବାଦୀମାନେ ପ୍ରଥମେ ସେନା ଉପରକୁ ଗୁଳିମାଡ଼ କରିବା ପରେ ଏହାର କଡ଼ା ଜବାବ୍‌ ଦିଆଯାଇଥିଲା। ଘର ମାଲିକ ଓ ପରିବାରବର୍ଗଙ୍କୁ ସେନା ପକ୍ଷରୁ ସୁରକ୍ଷାର ସହ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ସେନା କାର୍ଯ୍ୟାନୁଷ୍ଠାନ ଲାଗି ସୁରକ୍ଷା ଦୃଷ୍ଟିରୁ କେତେକ ରାସ୍ତାରେ ଯାତାୟାତ ବନ୍ଦ ରହିଥିଲା। ଖସିବାକୁ ଉଦ୍ୟମ କରୁଥିବାବେଳେ ଆତଙ୍କବାଦୀମାନେ ଯବାନଙ୍କ ଗୁଳିର ଶିକାର ହୋଇଥିଲେ ବୋଲି ସେନା ଅଧିକାରୀ ଦେବେନ୍ଦ୍ର ଆନନ୍ଦ ପ୍ରକାଶ କରିଛନ୍ତି। ଏବେ ବି ସମ୍ପୃକ୍ତ ଅଞ୍ଚଳରେ ସେନାର ତଲାସି ଅଭିଯାନ ଜାରି ରହିଥିବା ସେ କହିଛନ୍ତି। ଶନିବାର ସକାଳେ ଏକ ଗାଡ଼ିକୁ ୨ ସନ୍ଦିଗ୍ଧ ଅଟକାଇବାକୁ ଚେଷ୍ଟାକରି ବିଫଳ ହୋଇଥିଲେ। ଗାଡ଼ି ଡ୍ରାଇଭର ସେନା ପୋଷ୍ଟକୁ ଏନେଇ ଅବଗତ କରାଇବା ପରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri