Posted inଜାତୀୟ

ଜମ୍ମୁ-କଶ୍ମୀର: କେନ୍ଦ୍ର ଅଧୀନରେ ରହିବ ପୋଲିସ

ନୂଆଦିଲ୍ଲୀ,୧୨ା୮: ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବା ପରେ ପୋଲିସ ଓ ଆଇନଶୃଙ୍ଖଳା ଉପରାଜ୍ୟପାଳଙ୍କ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ରହିବ। ଅନ୍ୟପକ୍ଷରେ ଜମିଜମା ଉପରେ ଅଧିକାର ଜମ୍ମୁ-କଶ୍ମୀର ନିର୍ବାଚିତ ସରକାରଙ୍କର ରହିବ ବୋଲି ଜଣେ ଅଧିକାରୀ କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ଲାଭ କରିଥିବା ଜମ୍ମୁ-କଶ୍ମୀର ବିଭାଜନ ବିଲ୍‌ ଆଇନ୍‌ରେ ପରିଣତ ହୋଇଛି। ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଭାବେ ଆତ୍ମପ୍ରକାଶ କରିବ। ଜମ୍ମୁ-କଶ୍ମୀର ବିଧାନସଭା ଉକ୍ତ ଅଞ୍ଚଳ ପାଇଁ ଆଇନ ପ୍ରଣୟନ କରିପାରିବ। ତେବେ ପୋଲିସ ଓ ପବ୍ଲିକ ଅର୍ଡର ଉପରେ ବିଧାନସଭା କୌଣସି ନିଷ୍ପତ୍ତି ନେଇପାରିବ ନାହିଁ। ଅନ୍ୟପକ୍ଷରେ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳର ପୋଲିସ, ଆଇନଶୃଙ୍ଖଳା ସମେତ ଜମିଜମା ମଧ୍ୟ ଉପରାଜ୍ୟପାଳଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ରହିବ। ଜମ୍ମୁ-କଶ୍ମୀର ହାଇକୋର୍ଟ ଉଭୟ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri