Posted inଜାତୀୟ

ଜମ୍ମୁ-କଶ୍ମୀର ଗସ୍ତ କରିପାରନ୍ତି ଡୋଭାଲ

ନୂଆଦିଲ୍ଲୀ,୫।୮: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଶେଷ କରିବା ଲାଗି ରାଜ୍ୟ ସଭାରେ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଶେଷରେ ଏହାକୁ ହଟାଇ ଦିଆଯିବା ନେଇ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ କରିଥିଲେ। ଏବେ ଗୃହମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ହେବ। ଜମ୍ମୁ-କଶ୍ମୀରରେ ବିଧାନସଭା ହେବ ହେଲେ ଲଦାଖ ବିନା ବିଧାନସଭା ବାଲା କେନ୍ଦ୍ର ଶାସିତ ଅଞ୍ଚଳ ହେବ। ଏହାପରେ ଗୃହମନ୍ତ୍ରଣାଳୟ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟ ସଚିବ, ଡିଜିପି ଓ ପୋଲିସ କମିଶନରଙ୍କୁ ବିଶେଷ ସତର୍କତା ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସୁରକ୍ଷାକର୍ମୀ ଓ ଏଜେନ୍ସିଙ୍କୁ ମଧ୍ୟ ସୁରକ୍ଷା ସମ୍ପର୍କିତ ନିର୍ଦ୍ଦେଶ ଜାରି କରାଯାଇଛି। ଏହି କ୍ରମରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସୋମବାର କଶ୍ମୀର ଗସ୍ତ କରିବେ ବୋଲି କୁହାଯାଉଛି। ସେ ସେଠାରେ ରାଜ୍ୟର ବରିଷ୍ଠ ଅଧିକାଧରୀଙ୍କ ସହ ଆଲୋଚନା କରିବେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri