Posted inଜାତୀୟ

ଜମ୍ମୁ-କଶ୍ମୀର ଗସ୍ତ କରିପାରନ୍ତି ଡୋଭାଲ

ନୂଆଦିଲ୍ଲୀ,୫।୮: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଶେଷ କରିବା ଲାଗି ରାଜ୍ୟ ସଭାରେ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଶେଷରେ ଏହାକୁ ହଟାଇ ଦିଆଯିବା ନେଇ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ କରିଥିଲେ। ଏବେ ଗୃହମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ହେବ। ଜମ୍ମୁ-କଶ୍ମୀରରେ ବିଧାନସଭା ହେବ ହେଲେ ଲଦାଖ ବିନା ବିଧାନସଭା ବାଲା କେନ୍ଦ୍ର ଶାସିତ ଅଞ୍ଚଳ ହେବ। ଏହାପରେ ଗୃହମନ୍ତ୍ରଣାଳୟ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟ ସଚିବ, ଡିଜିପି ଓ ପୋଲିସ କମିଶନରଙ୍କୁ ବିଶେଷ ସତର୍କତା ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସୁରକ୍ଷାକର୍ମୀ ଓ ଏଜେନ୍ସିଙ୍କୁ ମଧ୍ୟ ସୁରକ୍ଷା ସମ୍ପର୍କିତ ନିର୍ଦ୍ଦେଶ ଜାରି କରାଯାଇଛି। ଏହି କ୍ରମରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସୋମବାର କଶ୍ମୀର ଗସ୍ତ କରିବେ ବୋଲି କୁହାଯାଉଛି। ସେ ସେଠାରେ ରାଜ୍ୟର ବରିଷ୍ଠ ଅଧିକାଧରୀଙ୍କ ସହ ଆଲୋଚନା କରିବେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri