Posted inଜାତୀୟ

ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍‌ପି ଦାବିନ୍ଦର

ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍‌ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି। ଏନେଇ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟ ଆତଙ୍କବାଦୀ କାର୍ଯ୍ୟକଳାପରେ ତାଙ୍କର ଲିଙ୍କ୍‌ ଥିବା ନେଇ ସୁରକ୍ଷା ଏଜେନ୍ସି ଏନ୍‌ଆଇଏ ତାଙ୍କୁ ପଚରାଉଚରା କରୁଛି। ଅପରପକ୍ଷେ ବୁଧବାର ଶ୍ରୀନଗର ସୁରକ୍ଷା ଏଜେନ୍ସି ପକ୍ଷରୁ ଦାବିନ୍ଦରଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଇଥିଲା। ଜଣେ ବ୍ୟାଙ୍କ ଅଫିସର ଓ ଜଣେ ଡାକ୍ତରଙ୍କ ଘରେ ଏହି ଚଢ଼ାଉ ମଧ୍ୟ କରାଯାଇଥିଲା। ଏଥିସହ ଶ୍ରୀନଗରର ଇନ୍ଦିରା ନଗରସ୍ଥିତ ଶିବ ମନ୍ଦିରରେ ଖାନ୍‌ତଲାସି କରାଯାଇଥିବା ଜଣାପଡ଼ିଛି। ଏହି ଚଢ଼ାଉରେ ୧୫ ସେନାବେସ୍‌ଙ୍କ ନକ୍ସା, ସାଢ଼େ ୭ଲକ୍ଷ ଟଙ୍କା ଓ ବହୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସମ୍ପୂର୍ଣ୍ଣ ଅଞ୍ଚଳକୁ ଯାଞ୍ଚ କରିବା ପାଇଁ ଡ୍ରୋନ୍‌ର ସାହାଯ୍ୟ ନିଆଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶନିବାର ଦାବିନ୍ଦରଙ୍କୁ ୨ ଆତଙ୍କବାଦୀଙ୍କ ସହ ଧରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri