Posted inଜାତୀୟ

ଜମ୍ମୁ-କଶ୍ମୀର ପ୍ରଶାସନକୁ ଜବାବ ମାଗିଲେ ସୁପ୍ରିମକୋର୍ଟ:ଉପତ୍ୟକାରେ କଟକଣା କେତେଦିନ

ନୂଆଦିଲ୍ଲୀ,୨୫-୧୦ (ପି.ଟି.):ଜମ୍ମୁ-କଶ୍ମୀରରେ ଆଉ କେତେଦିନ କଟକଣା ଜାରି ରଖିବାକୁ ଚାହାନ୍ତି ବୋଲି ସୁପ୍ରିମକୋର୍ଟ ରାଜ୍ୟ ପ୍ରଶାସନକୁ ପ୍ରଶ୍ନ କରିଛନ୍ତି। ଅଗଷ୍ଟ ୫ରେ ଉକ୍ତ ରାଜ୍ୟରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ଦିନଠାରୁ ବିଭିନ୍ନ କଟକଣା ଲାଗୁ ହୋଇଛି। ପରିବହନ ଓ ଯୋଗାଯୋଗ ଉପରେ ଲାଗିଥିବା କଟକଣାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ କହିଛନ୍ତି ଜାତୀୟ ସ୍ବାର୍ଥ ଲାଗି କର୍ତ୍ତୃପକ୍ଷ କଟକଣା ଲାଗୁ କରିପାରିବେ। କିନ୍ତୁ ଏହାର ସମୀକ୍ଷା ହେବା ଆବଶ୍ୟକ। ସ୍ପଷ୍ଟ ଉତ୍ତର ସହ ସମସ୍ୟା ସମାଧାନର ଅନ୍ୟ ପଦ୍ଧତି ବାହାର କରିବାକୁ ଜଷ୍ଟିସ୍‌ ଏନ୍‌.ଭି. ରମାନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ଆର୍‌. ସୁଭାଷ ରେଡ୍ଡୀ ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର ଓ ରାଜ୍ୟ ପ୍ରଶାସନ ପକ୍ଷରୁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଓ ସଲିସିଟର ଜେନେରାଲ ତୁଷାର ହେହେଟ୍ଟାଙ୍କୁ କହିଥିଲେ। ପ୍ରତିଦିନ ଜମ୍ମୁ-କଶ୍ମୀର ସ୍ଥିତିର ସମୀକ୍ଷା ହେଉଛି ଏବଂ ପାଖାପାଖି ୯୯ ପ୍ରତିଶତ ଅଞ୍ଚଳରୁ କଟକଣା ହଟିଲାଣି ବୋଲି ମେହେଟ୍ଟା ଖଣ୍ଡପୀଠଙ୍କୁ ଜଣାଇଥିଲେ। ପିଟିଶନରଙ୍କ ପକ୍ଷର ଓକିଲ ବ୍ରିନ୍ଦା ଗ୍ରୋଭର ଏହାର ପ୍ରତିବାଦ କରିଥିଲେ। ଉପତ୍ୟକାରେ ଏବେ ବି ଇଣ୍ଟରନେଟ ସଂଯୋଗ ଦିଆଯାଇ ନ ଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri