Posted inଜାତୀୟ

ଜମ୍ମୁ-କଶ୍ମୀର ବିଡିସି ନିର୍ବାଚନ:୮୧ ବ୍ଲକ୍‌ରେ ଭାଜପା ବିଜୟୀ

ଶ୍ରୀନଗର,୨୫-୧୦(ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀର ବ୍ଲକ ଉନ୍ନୟନ ପରିଷଦ (ବିଡିସି) ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୩୧୬ ବ୍ଲକ ପାଇଁ ନିର୍ବାଚନ ହୋଇଥିଲାବେଳେ ୮୧ରେ ଭାଜପା ବିଜୟୀ ହୋଇଛି। ସ୍ବାଧୀନ ପ୍ରାର୍ଥୀ ୨୧୭ ବ୍ଲକକୁ କବ୍‌ଜା କରିଛନ୍ତି। କଂଗ୍ରେସ ଗୋଟିଏ ବ୍ଲକ୍‌ରେ ଜିତିଥିଲାବେଳେ ପାନ୍ଥର୍ସ ପାର୍ଟି ୮ଟିରେ ବିଜୟୀ ହୋଇଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଏହା ଥିଲା ପ୍ରଥମ ନିର୍ବାଚନ। କଡ଼ା ସୁରକ୍ଷା ମଧ୍ୟରେ ନିର୍ବାଚିତ ସରପଞ୍ଚ ଓ ଓ୍ବାର୍ଡମେମ୍ବରମାନେ ଭୋଟ ଦେଇଥିଲେ। କଂଗ୍ରେସ, ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ନିର୍ବାଚନକୁ ବର୍ଜନ କରିଥିଲେ। କଶ୍ମୀର ଉପତ୍ୟକାର ୧୩୭ ବ୍ଲକ୍‌ ମଧ୍ୟରୁ ୧୨୮ଟିରେ ଭୋଟଗ୍ରହଣ ହୋଇଥିଲା। ସେଥିରୁ ୧୮ଟିରେ ଭାଜପା ଓ ୧୦୯ଟି ବ୍ଲକରେ ସ୍ବାଧୀନ ପ୍ରାର୍ଥୀ ଜିତିଛନ୍ତି। ଶୋପିଆନରୁ ୬, ପୁଲଓ୍ବାମାରୁ ୨, ଅନନ୍ତନାଗ ଓ ବଡଗାମ ଜିଲାରୁ ଜଣେ ଲେଖାଏ ଭାଜପା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ସେହିପରି ବାରମୁଲା ଜିଲାରେ ୪, ପୁଲଓ୍ବାମା, ବଡଗାମ୍‌ ଓ ବନ୍ଦିପୋରାରୁ ୨ ଜଣ ଲେଖାଏ ଏବଂ ଅନନ୍ତନାଗ, କୁପଓ୍ବାଡା, ଗଣ୍ଡେରବାଲ ଓ ଶ୍ରୀନଗର ଜିଲାରୁ ଜଣେ ଲେଖାଏ ସ୍ବାଧୀନ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ଜିତିଥିଲେ। ଲଦାଖରେ ସର୍ବାଧିକ ୨୦ ବ୍ଲକରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିଲାବେଳେ ୧୧ଟି ବ୍ଲକ ଭାଜପା ହାତକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବ ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri