ଜରପଡ଼ାକୁ ବ୍ଲକ ମାନ୍ୟତା ଦାବି; ଆଞ୍ଚଳିକ ବିକାଶ ପରିଷଦର ଆନ୍ଦୋଳନ ଚେତାବନୀ

ଛେଣ୍ଡିପଦା,୨୨।୭(ଡି.ଏନ.ଏ.) ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜରପଡାକୁ ବ୍ଲକ ମାନ୍ୟତା ପ୍ରଦାନ ପାଇଁ ଦାବି କରିଛି ଜରପଡା ଆଞ୍ଚଳିକ ବିକାଶ ପରିଷଦ। ଏ ନେଇ ଆଞ୍ଚଳିକ ବିକାଶ ପରିଷଦ ସଭାପତି ତଥା ପୂର୍ବତନ ସରପଞ୍ଚ ନାରାୟଣ ସାହୁଙ୍କ ଆବାହକତ୍ୱରେ ରବିବାର ଏକ ବୈଠକ ବସିଥିଲା। ବୈଠକରେ ବ୍ଲକ ପୁନର୍ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନେବାକୁ ଦାବି କରାଯାଇଥିଲା। ଜରପଡା ଥାନା ଅଞ୍ଚଳରେ ଥିବା ପଞ୍ଚାୟତଗୁଡିକ ଉଭୟ ସରକାରୀ ଏବଂ ପ୍ରଶାସନିକ ସ୍ତରରେ ଅବହେଳିତ ହୋଇ ରହିଛି। ବିଭିନ୍ନ ପଞ୍ଚାୟତ ଏବଂ ଗ୍ରାମ ବ୍ଲକ ସଦରମହକୁମାଠାରୁ ପ୍ରାୟ ୪୫ ରୁ ୫୦ କିମି ଦୂରରେ ରହୁଥିବାରୁ ଗମନାଗମନ ଓ ଅନ୍ୟାନ କ୍ଷେତ୍ରରେ ଜରପଡ଼ାବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ଛେଣ୍ଡିପଦା ବ୍ଲକର ୧୧ ପଞ୍ଚାୟତ, ବଅଁରପାଳ ବ୍ଲକର ୭, ଅନୁଗୋଳ ବ୍ଲକର ୩, ଆଠମଲ୍ଲିକ ବ୍ଲକର ୨ ପଞ୍ଚାୟତକୁ ମିଶ୍ରଣ କରି ଏକ ନୂତନ ବ୍ଲକ ଗଠନ କରିବା ପାଇଁ ବୈଠକରେ ଦାବି କରାଯାଇଥିଲା। ଏ ନେଇ ରାଜ୍ୟ ସରକାରଙ୍କ ଠାରେ ଦାବିପତ୍ର ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକରେ ବିକାଶ ପରିଷଦ ସମ୍ପାଦକ ପବିତ୍ର ସାହୁ, ରସାନନ୍ଦ ସାହୁ, ଦୁର୍ଗା ଚରଣ ପ୍ରଧାନ, ଆଡଭୋକେଟ ନୀଳକଣ୍ଠ ପ୍ରଧାନ, ସଞ୍ଜୟ କୁମାର ପ୍ରଧାନ, ସୁନୀଲ ସାହୁ, ପରମାନନ୍ଦ ସାହୁ, ମଧୁସୂଦନ ପ୍ରଧାନ, ପ୍ରତାପ ପ୍ରଧାନ ,ସରପଞ୍ଚ ବିଭୂତି ଗଡନାୟକ, ଭାନୁପ୍ରିୟା ପ୍ରଧାନ, ସମିତିସଭ୍ୟ ପ୍ରସନ୍ନ ପ୍ରଧାନ, କବିତା ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଅପରପକ୍ଷରେ ଆସନ୍ତା ଜୁଲାଇ ୪ ରେ ଜରପଡା ହାଇସ୍କୁଲ ପରିସରରେ ପରବର୍ତ୍ତୀ ପ୍ରସ୍ତୁତି ବୈଠକ ହେବ ବୋଲି ସ୍ଥିର ହୋଇଛି। ସରକାର ଏ ଦିଗରେ ବିହିତ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri