ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା

ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ ଥିବାରୁ ରୋଗୀ ସେବା ଏକପ୍ରକାର ଠପ୍‌ ହୋଇଯାଇଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେଉ ନ ଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଅଞ୍ଚଳବାସୀଙ୍କ ଅଭିଯୋଗ ମୁତାବକ, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଜରପଡା, ଦୁର୍ଗାପୁର, କୋରଡା, ଜେରେଙ୍ଗ ଦେହୁରୀ ସାହି, କତଡା, ପରା, ଓଗୀ, ତୁକୁଡା ପଞ୍ଚାୟତ ସମେତ କଞ୍ଜରା, ଜାମୁଣ୍ଡା, ଜାମୁଣ୍ଡା ଜଙ୍ଗଲ, ବିମଳବେଡା, ବଡହିଂସର, ସାନହିଂସର, ଜରଡା ଆଦି ଗ୍ରାମର ଲୋକେ ନିର୍ଭର କରନ୍ତି। ହେଲେ ଦୀର୍ଘ ଦିନ ହେଲା ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତ କରାଯାଉ ନାହିଁ। ଫଳରେ ସାମାନ୍ୟ ଜ୍ୱର, ଥଣ୍ଡା ହେଲେ ମଧ୍ୟ ଲୋକଙ୍କୁ ଖର୍ଚ୍ଚାନ୍ତ ହୋଇ ୪୦/୫୦ କିମି ଦୂର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ ପଡୁଛି। ସେହିପରି ନିକଟରେ ୫୫ ନମ୍ବର ଜାତୀୟ ରାଜପଥ ଯାଇଥିବାବେଳେ ଦୁର୍ଘଟଣାଗ୍ରସ୍ତଙ୍କୁ ଏଠାରେ ଜରୁରିକାଳୀନ ସେବା ମିଳିପାରୁନାହିଁ। ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହୋଇଥିବା ଜଣେ ଡାକ୍ତର ୩ ମାସ ହେଲା ଛୁଟିରେ ଥିବାବେଳେ ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଉନାହିଁ। ଫଳରେ ଜଣେ ଫାର୍ମାସିଷ୍ଟ ସ୍ବାସ୍ଥ୍ୟକେନ୍ଦ୍ର କଥା ବୁଝୁଛନ୍ତି। ତୁରନ୍ତ ଏଠାରେ ଡାକ୍ତର, ବିଶେଷଜ୍ଞ ନିଯୁକ୍ତ କରାଯିବାକୁ ଦାବି ହୋଇଛି। ଏ ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନ କରାଯିବ ବୋଲି ଜରପଡା ଆଞ୍ଚଳିକ ବିକାଶ ପରିଷଦ ସଭାପତି ତଥା ପୂର୍ବତନ ସରପଞ୍ଚ ନାରାୟଣ ସାହୁ, ସମ୍ପାଦକ ପବିତ୍ର ମୋହନ ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏ ନେଇ ବ୍ଲକ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡା. ଧୀରେନ କୁମାର ପ୍ରଧାନ କହିଛନ୍ତିି, ଜରପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତି ପାଇଥିବା ଡାକ୍ତର ଏକ ଛୁଟି ଦରଖାସ୍ତ ଦେଇଥିଲେ। ଛୁଟି ମଞ୍ଜୁର ହୋଇ ନ ଥିଲେ ମଧ୍ୟ ସେ ୩ ମାସ ହେଲା ଅନୁପସ୍ଥିତ ରହିଛନ୍ତି। ତାଙ୍କ ସ୍ଥାନରେ ନୂତନ ଡାକ୍ତର ନିଯୁକ୍ତି ପାଇଁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ ।

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri