ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି।
ପ୍ରକାଶ ଯେ, ଅବକାରୀ ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ କ୍ରିଷ୍ଣା ନାୟକଙ୍କ ନେତୃତ୍ୱରେ ଅନୁଗୋଳ ଅବକାରୀ ବିଭାଗ, ଜରପଡା ପୋଲିସ ଓ ଜରପଡା ବନ ବିଭାଗ ପକ୍ଷରୁ କଞ୍ଜରା ବଣୁଆ ସାହିରେ ହୋଇଥିବା ଗଞ୍ଜେଇ ଚାଷ ଉପରେ ଅତର୍କିତ ଚଢ଼ାଉ କରାଯାଇଥିଲା। ବଣୁଆ ସାହିଠାରୁ ୩୦୦ ମିଟର ଦୂର ଏକ ହରଡ ବଗିଚା ମଧ୍ୟରେ ଚାଷ ହୋଇଥିବା ୩୨୦ଟି ଗଞ୍ଜେଇ ଗଛକାଟି ସଫା କରିବା ସହିତ ଉକ୍ତ ଗଛଗୁଡିକୁ ନିରାପଦ ଜାଗାରେ ପୋଡି ଦିଆଯାଇଥିଲା। ଗଞ୍ଜେଇ ଚାଷୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି । ଏହି ଚଢାଉରେ ଅବକାରୀ ବିଭାଗର ଅବକାରୀ ନିରୀକ୍ଷକ କରୁଣା ଶଙ୍କର ତିଓ୍ବାରୀ, ଦିଲୀପ କୁମାର ବେହେରା, ଉପ ନିରୀକ୍ଷକ ଅରବିନ୍ଦ ରାଉତରାୟ, ଫରେଷ୍ଟର ଗଗନ ମହାପାତ୍ର ପ୍ରମୁଖଙ୍କ ସହ ଜରପଡ଼ା ପୋଲିସ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri