ଜରପଡା ପିଆଜ ସଂରକ୍ଷଣ କେନ୍ଦ୍ର; ନିର୍ମାଣ ସତ୍ତ୍ୱେ କାର୍ଯ୍ୟକ୍ଷମ ହେଉନି

ଛେଣ୍ଡିପଦା,୧୦ା୬(ଡି.ଏନ.ଏ.) ପିଆଜ ସଂରକ୍ଷଣ ଓ ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ୍‌ ଦୂରେଇ ରଖିବା ଲକ୍ଷ୍ୟରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ହାଟପଦାଠାରେ ନିର୍ମାଣ ହୋଇଛି ଏକ ପିଆଜ ସଂରକ୍ଷଣ କେନ୍ଦ୍ର। ହେଲେ କେନ୍ଦ୍ର ନିର୍ମାଣ ଶେଷ ହେବାର ୧୯ ବର୍ଷ ପରେ ବି ଅଦ୍ୟାବଧି ଏହାକୁ କାର୍ଯ୍ୟକାରୀ କରାଯାଇ ନାହିଁ। ଫଳରେ ସଂରକ୍ଷଣ କେନ୍ଦ୍ର ନିର୍ମାଣ ଲକ୍ଷ୍ୟପଥରୁ ଦୂରେଇ ଯାଇଥିବାବେଳେ ପିଆଜ ଚାଷ ବହୁଳ ଅଞ୍ଚଳ ଜରପଡା ଚାଷୀଙ୍କ ଦୁଃଖ ବଢିଛି। ନିର୍ବାଚିତ ଜନ ପ୍ରତିନିଧି ତଥା ବିଭାଗୀୟ ଅଧିକାରୀ ଅହେତୁକ ଅବହେଳା ଯୋଗୁ ଏହା କାର୍ଯ୍ୟକାରୀ ହୋଇପାରୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ରାଜ୍ୟ ମାର୍କେଟିଂ ବୋର୍ଡ ଆର୍ଥିକ ଅନୁଦାନ କ୍ରମେ ତଥା ଅନୁଗୋଳ ନିୟନ୍ତ୍ରିତ ବଜାର କମିଟି ତତ୍ତ୍ୱାବଧାନରେ ୧୯୯୮ରେ ଏହି ପିଆଜ ସଂରକ୍ଷଣ କେନ୍ଦ୍ରର ନିର୍ମାଣ ଆରମ୍ଭ ହୋଇଥିଲା। ୨୦୦୦ ମସିହାରେ କେନ୍ଦ୍ରର ନିର୍ମାଣ କାମ ଶେଷ ହୋଇଥିଲା। ପ୍ରାୟ ଶହେ ଟନ୍‌ ପିଆଜ ସଂରକ୍ଷଣର କ୍ଷମତା ରଖିଥିବା ଏହି କେନ୍ଦ୍ରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ ମୁକୁଳାଇବା ସହ ସେମାନଙ୍କୁ ଉଚିତ୍‌ ମୂଲ୍ୟ ପ୍ରଦାନ କରିବା। ହେଲେ ଆଶ୍ଚର୍ଯ୍ୟର ବିଷୟ ଦୀର୍ଘ ୧୯ ବର୍ଷ ପରେ ବି ଏହାକୁ କାର୍ଯ୍ୟକ୍ଷମ କରାଯାଇନାହିଁ। ଜରପଡା ଥାନା ଅଞ୍ଚଳରେ ଅଧିକାଂଶ ଚାଷୀ ପିଆଜ ଚାଷ କରୁଥିବାରୁ ଏଠାରେ ଏହି କେନ୍ଦ୍ର ନିର୍ମାଣ ବେଶ୍‌ ଗୁରୁତ୍ୱ ବହନ କରେ। ବହୁ ସଂଖ୍ୟାରେ ଚାଷୀ ଉନ୍ନତମାନର ପିଆଜ ଚାଷ କରୁଥିଲେ ହେଁ ସେମାନଙ୍କ ଉତ୍ପାଦନର ମୂଲ୍ୟ ପାଇପାରୁନାହାନ୍ତି। ସରକାରୀ ଖର୍ଚ୍ଚ ଅଯଥାରେ ପାଣିରେ ପଡିଥିବା ବେଳେ ଏହା ଚାଷୀଙ୍କ କାମରେ ଲାଗୁ ନ ଥିବା ଯୋଗୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପିଆଜ ଅମଳ ସମୟରେ କମ୍‌ ଟଙ୍କାରେ ଫସଲ ବିକ୍ରି କରି ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି। ଅନ୍ୟପକ୍ଷରେ ନିଅଣ୍ଟିଆ ସମୟରେ ଖୋଦ୍‌ ଚାଷୀ ଅଧିକ ଦରରେ ପିଆଜ କିଣୁଛନ୍ତି। ପ୍ରଶାସନ କିମ୍ବା ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଏପରି ପରିସ୍ଥିତି ଉପୁଜୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରା ନ ଗଲେ ଆନ୍ଦୋଳନ ଚେତାବନୀ ଦିଆଯାଇଛି।
ଏ ସମ୍ପର୍କରେ ଅନୁଗୋଳ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ପ୍ରଧାନ କୁହନ୍ତି, ପିଆଜ ସଂରକ୍ଷଣ କେନ୍ଦ୍ରଟିକୁ କାର୍ଯ୍ୟକ୍ଷମ କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଏ ନେଇ ଅବଗତ କରାଯାଇଛି। ଏହାସହ ପିପିପି ମୋଡରେ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ସୁଯୋଗ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri