ଜରପଡା ପିଆଜ ସଂରକ୍ଷଣ କେନ୍ଦ୍ର; ନିର୍ମାଣ ସତ୍ତ୍ୱେ କାର୍ଯ୍ୟକ୍ଷମ ହେଉନି

ଛେଣ୍ଡିପଦା,୧୦ା୬(ଡି.ଏନ.ଏ.) ପିଆଜ ସଂରକ୍ଷଣ ଓ ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ୍‌ ଦୂରେଇ ରଖିବା ଲକ୍ଷ୍ୟରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ହାଟପଦାଠାରେ ନିର୍ମାଣ ହୋଇଛି ଏକ ପିଆଜ ସଂରକ୍ଷଣ କେନ୍ଦ୍ର। ହେଲେ କେନ୍ଦ୍ର ନିର୍ମାଣ ଶେଷ ହେବାର ୧୯ ବର୍ଷ ପରେ ବି ଅଦ୍ୟାବଧି ଏହାକୁ କାର୍ଯ୍ୟକାରୀ କରାଯାଇ ନାହିଁ। ଫଳରେ ସଂରକ୍ଷଣ କେନ୍ଦ୍ର ନିର୍ମାଣ ଲକ୍ଷ୍ୟପଥରୁ ଦୂରେଇ ଯାଇଥିବାବେଳେ ପିଆଜ ଚାଷ ବହୁଳ ଅଞ୍ଚଳ ଜରପଡା ଚାଷୀଙ୍କ ଦୁଃଖ ବଢିଛି। ନିର୍ବାଚିତ ଜନ ପ୍ରତିନିଧି ତଥା ବିଭାଗୀୟ ଅଧିକାରୀ ଅହେତୁକ ଅବହେଳା ଯୋଗୁ ଏହା କାର୍ଯ୍ୟକାରୀ ହୋଇପାରୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ରାଜ୍ୟ ମାର୍କେଟିଂ ବୋର୍ଡ ଆର୍ଥିକ ଅନୁଦାନ କ୍ରମେ ତଥା ଅନୁଗୋଳ ନିୟନ୍ତ୍ରିତ ବଜାର କମିଟି ତତ୍ତ୍ୱାବଧାନରେ ୧୯୯୮ରେ ଏହି ପିଆଜ ସଂରକ୍ଷଣ କେନ୍ଦ୍ରର ନିର୍ମାଣ ଆରମ୍ଭ ହୋଇଥିଲା। ୨୦୦୦ ମସିହାରେ କେନ୍ଦ୍ରର ନିର୍ମାଣ କାମ ଶେଷ ହୋଇଥିଲା। ପ୍ରାୟ ଶହେ ଟନ୍‌ ପିଆଜ ସଂରକ୍ଷଣର କ୍ଷମତା ରଖିଥିବା ଏହି କେନ୍ଦ୍ରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ ମୁକୁଳାଇବା ସହ ସେମାନଙ୍କୁ ଉଚିତ୍‌ ମୂଲ୍ୟ ପ୍ରଦାନ କରିବା। ହେଲେ ଆଶ୍ଚର୍ଯ୍ୟର ବିଷୟ ଦୀର୍ଘ ୧୯ ବର୍ଷ ପରେ ବି ଏହାକୁ କାର୍ଯ୍ୟକ୍ଷମ କରାଯାଇନାହିଁ। ଜରପଡା ଥାନା ଅଞ୍ଚଳରେ ଅଧିକାଂଶ ଚାଷୀ ପିଆଜ ଚାଷ କରୁଥିବାରୁ ଏଠାରେ ଏହି କେନ୍ଦ୍ର ନିର୍ମାଣ ବେଶ୍‌ ଗୁରୁତ୍ୱ ବହନ କରେ। ବହୁ ସଂଖ୍ୟାରେ ଚାଷୀ ଉନ୍ନତମାନର ପିଆଜ ଚାଷ କରୁଥିଲେ ହେଁ ସେମାନଙ୍କ ଉତ୍ପାଦନର ମୂଲ୍ୟ ପାଇପାରୁନାହାନ୍ତି। ସରକାରୀ ଖର୍ଚ୍ଚ ଅଯଥାରେ ପାଣିରେ ପଡିଥିବା ବେଳେ ଏହା ଚାଷୀଙ୍କ କାମରେ ଲାଗୁ ନ ଥିବା ଯୋଗୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପିଆଜ ଅମଳ ସମୟରେ କମ୍‌ ଟଙ୍କାରେ ଫସଲ ବିକ୍ରି କରି ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି। ଅନ୍ୟପକ୍ଷରେ ନିଅଣ୍ଟିଆ ସମୟରେ ଖୋଦ୍‌ ଚାଷୀ ଅଧିକ ଦରରେ ପିଆଜ କିଣୁଛନ୍ତି। ପ୍ରଶାସନ କିମ୍ବା ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଏପରି ପରିସ୍ଥିତି ଉପୁଜୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରା ନ ଗଲେ ଆନ୍ଦୋଳନ ଚେତାବନୀ ଦିଆଯାଇଛି।
ଏ ସମ୍ପର୍କରେ ଅନୁଗୋଳ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ପ୍ରଧାନ କୁହନ୍ତି, ପିଆଜ ସଂରକ୍ଷଣ କେନ୍ଦ୍ରଟିକୁ କାର୍ଯ୍ୟକ୍ଷମ କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଏ ନେଇ ଅବଗତ କରାଯାଇଛି। ଏହାସହ ପିପିପି ମୋଡରେ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ସୁଯୋଗ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri