ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ଏକଦା ସହରବାସୀଙ୍କୁ ଆକୃଷ୍ଟ କରୁଥିବା ଉକ୍ତ ପାର୍କକୁ ଏବେ ଲୋକେ ଆଡ଼ ଆଖିରେ ଚାହୁଁନାହାନ୍ତି।
ଆଠମଲ୍ଲିକ ଏନ୍‌ଏସି କାର୍ଯ୍ୟାଳୟଠାରୁ ମାତ୍ର ୩୦ ମିଟର ଦୂରରେ ଏହି ପାର୍କ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ପାର୍କ ଭିତରେ ଅନାବନା ଗଛ ଉଠି ସୌନ୍ଦର୍ଯ୍ୟ ନଷ୍ଟ କରୁଛି। ଦୀର୍ଘଦିନ ହେଲା ସ୍ପ୍ରିଙ୍କ୍‌ଲର୍‌ ଅଚଳ ହୋଇପଡ଼ିଛି। ୨ଲକ୍ଷ ୮୫ ହଜାର ଟଙ୍କା ବ୍ୟୟରେ ନିର୍ମାଣଧୀନ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ କାମ ବିଳମ୍ବିତ ହେଉଛି। ଆବଶ୍ୟକ ବିଦ୍ୟୁତ୍‌ ସଂଯୋଗ ନ ଥିବାରୁ ପାର୍କ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ ଥିବାରୁ ପାର୍କ ଚାରିପଟେ ଅଟୋରିକ୍ସା, ବସ୍‌ଗୁଡ଼ିକ ମନଇଚ୍ଛା ପାର୍କିଂ କରାଯାଉଛି। ଏହାକୁ ନେଇ ଟ୍ରାଫିକ୍‌ ସମସ୍ୟା ଉପୁଜୁଛି। ପାର୍କ ପାଚେରି କାନ୍ଥକୁ ଲାଗି ଏକ ବେସରକାରୀ ସଂସ୍ଥା ପକ୍ଷରୁ ଚିପ୍ସ ଗଦା କରାଯାଇଥିଲା। ଫଳରେ ପାଚେରି ଭାଙ୍ଗି ନଷ୍ଟ ହୋଇଯାଇଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏଥିପ୍ରତି ପ୍ରଶାସନ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହେଉଛି।
ଏ ନେଇ ଉପଜିଲାପାଳ ତଥା ଏନଏସି ପ୍ରଶାସକ ସୁବାସ ଚନ୍ଦ୍ର ରାୟ କୁହନ୍ତି, ଗାନ୍ଧୀପାର୍କର ନବୀକରଣ ପାଇଁ ଅର୍ଥ ବ୍ୟବସ୍ଥା ହୋଇସାରିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ଅଭିଯୋଗ ଆସିଲେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri