ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି ନ ଥିବା ସାଙ୍ଗକୁ ଶିକ୍ଷକ ଅଭାବ ଆଉ ଏକ ବଡ ସମସ୍ୟା ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ମୁଣ୍ଡୁରିବେଡା ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟରେ ଲାଗିରହିଛି। ଏବେ ବିଦ୍ୟାଳୟକୁ ଶହେ ବର୍ଷ ପୁରି ସାରିଥିଲେ ମଧ୍ୟ ଏଠାରେ ଆନୁସଙ୍ଗିକ ବ୍ୟବସ୍ଥା କରି ସମସ୍ୟା ସମାଧାନ ଦିଗରେ ବିଭାଗ ଧ୍ୟାନ ନ ଦେବା ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଅଭିଭାବକଙ୍କ ଅଭିଯୋଗ ମୁତାବକ, ୧୯୧୮ରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ପାଠ ପଢା ଯାଉଛି। ବର୍ତ୍ତମାନ ସେଠାରେ ୪୪ ଜଣ ଛାତ୍ରୀଛାତ୍ର ପାଠ ପଢୁଥିବାବେଳେ ମାତ୍ର ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ଏଥିସହ ୫ଟି ଶ୍ରେଣୀ ପାଇଁ ମାତ୍ର ୩ଟି ଶ୍ରେଣୀଗୃହ ଥିବାବେଳେ ସେଗୁଡିକ ମଧ୍ୟ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ବର୍ଷା ହେଲେ ଗୃହରେ ପାଣି ଜମିଯାଉଥିବାରୁ ପାଠପଢାରେ ବାଧାସୃଷ୍ଟି ହେଉଛି। ସେହିପରି ଶ୍ରେଣୀଗୃହ ଝରକା, କବାଟ ମଧ୍ୟ ଭାଙ୍ଗିରୁଜି ଯାଇଥିଲେ ମଧ୍ୟ ଏ ଦିଗରେ ବିଭାଗ କିମ୍ବା ପ୍ରଶାସନ ପକ୍ଷରୁ ଆଦୌ ଦୃଷ୍ଟି ଦିଆଯାଉ ନାହିଁ। ଏଥିଯୋଗୁ ପାଖ ଅଞ୍ଚଳର ଛାତ୍ରୀଛାତ୍ର ଏହି ବିଦ୍ୟାଳୟରୁ ମୁହଁ ଫେରାଉଥିବା ପ୍ରଧାନ ଶିକ୍ଷକ କୁମୁଦ ରଞ୍ଜନ ରଥ କହିଛନ୍ତି I ଏ ସମ୍ପର୍କରେ ପାଲଲହଡ଼ା ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପରିଡାଙ୍କୁ ଯୋଗାଯୋଗ କରିବାରେ କହିଛନ୍ତି, ବିଦ୍ୟାଳୟର ମରାମତି ପୂର୍ବରୁ ଏହା ଜିଲା ପ୍ରକଳ୍ପ ଅଧିକାରୀଙ୍କ ଅଧୀନରେ ଥିଲା। ସେହି ଅନୁସାରେ ଆମ ରିପୋର୍ଟ ଆଧାରରେ କାର୍ଯ୍ୟ ହେଉଥିଲା। କିନ୍ତୁ ଏବେ ଏହା ପଞ୍ଚାୟତ ଅଧୀନକୁ ଚାଲି ଯାଇଛି । ତେବେ ଏହି ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଅବଗତ ଅଛି । ଶୀଘ୍ର ପଞ୍ଚାୟତ କର୍ତ୍ତୃପକ୍ଷ ଏବଂ ବିଡିଓଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri