ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି ନ ଥିବା ସାଙ୍ଗକୁ ଶିକ୍ଷକ ଅଭାବ ଆଉ ଏକ ବଡ ସମସ୍ୟା ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ମୁଣ୍ଡୁରିବେଡା ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟରେ ଲାଗିରହିଛି। ଏବେ ବିଦ୍ୟାଳୟକୁ ଶହେ ବର୍ଷ ପୁରି ସାରିଥିଲେ ମଧ୍ୟ ଏଠାରେ ଆନୁସଙ୍ଗିକ ବ୍ୟବସ୍ଥା କରି ସମସ୍ୟା ସମାଧାନ ଦିଗରେ ବିଭାଗ ଧ୍ୟାନ ନ ଦେବା ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଅଭିଭାବକଙ୍କ ଅଭିଯୋଗ ମୁତାବକ, ୧୯୧୮ରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ପାଠ ପଢା ଯାଉଛି। ବର୍ତ୍ତମାନ ସେଠାରେ ୪୪ ଜଣ ଛାତ୍ରୀଛାତ୍ର ପାଠ ପଢୁଥିବାବେଳେ ମାତ୍ର ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ଏଥିସହ ୫ଟି ଶ୍ରେଣୀ ପାଇଁ ମାତ୍ର ୩ଟି ଶ୍ରେଣୀଗୃହ ଥିବାବେଳେ ସେଗୁଡିକ ମଧ୍ୟ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ବର୍ଷା ହେଲେ ଗୃହରେ ପାଣି ଜମିଯାଉଥିବାରୁ ପାଠପଢାରେ ବାଧାସୃଷ୍ଟି ହେଉଛି। ସେହିପରି ଶ୍ରେଣୀଗୃହ ଝରକା, କବାଟ ମଧ୍ୟ ଭାଙ୍ଗିରୁଜି ଯାଇଥିଲେ ମଧ୍ୟ ଏ ଦିଗରେ ବିଭାଗ କିମ୍ବା ପ୍ରଶାସନ ପକ୍ଷରୁ ଆଦୌ ଦୃଷ୍ଟି ଦିଆଯାଉ ନାହିଁ। ଏଥିଯୋଗୁ ପାଖ ଅଞ୍ଚଳର ଛାତ୍ରୀଛାତ୍ର ଏହି ବିଦ୍ୟାଳୟରୁ ମୁହଁ ଫେରାଉଥିବା ପ୍ରଧାନ ଶିକ୍ଷକ କୁମୁଦ ରଞ୍ଜନ ରଥ କହିଛନ୍ତି I ଏ ସମ୍ପର୍କରେ ପାଲଲହଡ଼ା ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପରିଡାଙ୍କୁ ଯୋଗାଯୋଗ କରିବାରେ କହିଛନ୍ତି, ବିଦ୍ୟାଳୟର ମରାମତି ପୂର୍ବରୁ ଏହା ଜିଲା ପ୍ରକଳ୍ପ ଅଧିକାରୀଙ୍କ ଅଧୀନରେ ଥିଲା। ସେହି ଅନୁସାରେ ଆମ ରିପୋର୍ଟ ଆଧାରରେ କାର୍ଯ୍ୟ ହେଉଥିଲା। କିନ୍ତୁ ଏବେ ଏହା ପଞ୍ଚାୟତ ଅଧୀନକୁ ଚାଲି ଯାଇଛି । ତେବେ ଏହି ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଅବଗତ ଅଛି । ଶୀଘ୍ର ପଞ୍ଚାୟତ କର୍ତ୍ତୃପକ୍ଷ ଏବଂ ବିଡିଓଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri