Posted inଖେଳ

ଜରିନ୍‌ଙ୍କୁ ହରାଇଲେ ମେରୀକମ୍‌: ମ୍ୟାଚ୍‌ ପରେ ଫୁଲ ଡ୍ରାମା

ନୂଆଦିଲ୍ଲୀ, ୨୮।୧୨- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରୀକମ୍‌ (୫୧ କିଲୋ କାଟେଗୋରି) ଟ୍ରାଏଲରେ ନିଖତ ଜରିନଙ୍କୁ ହରାଇ ଦେଇଛନ୍ତି। ବିଜୟ ସହ ଆସନ୍ତା ବର୍ଷ ହେବାକୁ ଥିବା ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବା ସ୍ପଷ୍ଟ ହୋଇଛି। ମେରୀକମ୍‌ଙ୍କ ଆଟାକିଂ ରଣନୀତି ସମ୍ମୁଖରେ ପ୍ରତିପକ୍ଷ ଜରିନ ଅଧିକ କିଛି କରିପାରି ନ ଥିଲେ। କିମ୍ବଦନ୍ତୀ ବକ୍ସର ୯-୧ ବ୍ୟବଧାନରେ ବାଉଟ୍‌କୁ ଜିତି ନେଇଥିଲେ। ଉଲ୍ଲେଖଯୋଗ୍ୟ, ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟ ଲାଗି ୫୧ କେଜି ବର୍ଗରେ କେଉଁ ଖେଳାଳି ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବ, ତାହା ଟ୍ରାଏଲରୁ ନିର୍ଣ୍ଣୟ କରାଯାଉ ବୋଲି ଜରିନ ଜନସାଧାରଣଙ୍କ ଆଗରେ ଦାବି କରିଥିଲେ। ବାଉଟ୍‌ ପରେ ଜରିନ ହାତ ମିଳେଇବାକୁ ଉଦ୍ୟମ କରିଥିଲେ, ହେଲେ ମେରୀକମ୍‌ ପ୍ରତ୍ୟାଖ୍ୟାନ କରି ଦେଇଥିଲେ। ମୁଁ ବହୁତ ରାଗି ଥିଲି। ଏଥିରେ ସନ୍ଦେହ ନାହିଁ। କିନ୍ତୁ ଏବେ ସବୁ ଶେଷ ହୋଇ ସାରିଛି। ତୁମେ ରିଙ୍ଗ ଭିତରେ କେଉଁ ଭଳି ପ୍ରଦର୍ଶନ କରୁଛ, ତାହା ଗୁରୁତ୍ୱପୂର୍ଣ୍ଣ ବୋଲି ବାଉଟ୍‌ ପରେ ମେରୀକମ୍‌ କହିଛନ୍ତି। ମ୍ୟାଚ୍‌ ଫଳାଫଳକୁ ତେଲେଙ୍ଗାନା ବକ୍ସିଂ ଆସୋସିଏଶନ ପକ୍ଷରୁ ପ୍ରବଳ ବିରୋଧ କରାଯାଇଥିଲା। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ହସ୍ତକ୍ଷେପ କରିଥିଲେ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ସଭାପତି ଅଜୟ ସିଂ। ସେ ତେଲେଙ୍ଗାନା ବକ୍ସିଂ ଆସୋସିଏଶନ ପ୍ରତିନିଧି ଏପି ରେଡ୍ଡୀଙ୍କୁ ରିଙ୍ଗ୍‌ ଅଞ୍ଚଳରୁ ଚାଲି ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଭଳି ରାଜନୀତି ହେଲେ ଦେଶରେ ବକ୍ସିଂ ଉଧେଇ ପାରିବ ନାହିଁ ବୋଲି ରେଡ୍ଡୀ କହିଛନ୍ତି। ଅନ୍ୟ ଟ୍ରାଏଲରେ ଦୁଇ ଥର ବିଶ୍ୱ ରୌପ୍ୟ ପଦକଧାରୀ ସୋନିଆ ଲାଥର (୫୭ କେଜି)ଙ୍କୁ ସାକ୍ଷୀ ଚୌଧାରୀ ହରାଇ ଦେଇଛନ୍ତି। ସେହିଭଳି ୬୦ କେଜି ବର୍ଗରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଏଲ. ସରିତା ଦେବୀ ଜାତୀୟ ଚାମ୍ପିୟନ ସିମରନଜିତ କୌରଙ୍କଠାରୁ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri