Posted inଜାତୀୟ

ଜରୁରୀକାଳୀନ ପରିସ୍ଥିତିର ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶାସନ ସମୟରେ ୪୫ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ତତ୍‌କାଳୀନ ରାଷ୍ଟ୍ରପତି ଫକରୁଦ୍ଦିନ୍‌ ଅଲ୍ଲୀ ଅହମ୍ମଦ୍‌ ସାମ୍ବିଧାନିକ ଧାରା ୩୫୨ ଅନୁସାରେ ଜୁନ୍‌ ୨୫ ମଧ୍ୟରାତ୍ରରୁ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି କରିଥିଲେ। ଦେଶରେ ୧୯୭୫ ଜୁନ୍‌ ୨୫ଠାରୁ ୧୯୭୭ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ୨୧ ମାସ ଧରି ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ୧୯୭୧ରେ ଇନ୍ଦିରା ଗରିବ ହଟାଅ ସ୍ଲୋଗାନ୍‌ ଦେଇ ଲୋକ ସଭା ନିର୍ବାଚନରେ ୫୧୮ ଆସନ ମଧ୍ୟରୁ ୩୫୨ ଆସନ ହାତେଇବାକୁ ସକ୍ଷମ ହୋଇଥିଲେ। ତେବେ ପରବର୍ତ୍ତୀ ସମୟରେ ରାୟବରେଲୀ ଆସନରୁ ତାଙ୍କ ବିଜୟକୁ ଜୟ ପ୍ରକାଶ ନାରାୟଣ ବିରୋଧ କରିବାରୁ ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଜୁନ୍‌ ୨୫ରେ ରାମଲୀଳା ମଇଦାନରେ ଜୟ ପ୍ରକାଶ ଏକ ସଭାରେ ଇନ୍ଦିରାଙ୍କ ଇସ୍ତଫା ଦାବି କରିଥିଲେ। ଏହାକୁ ଉପସ୍ଥିତ ଜନତା ମଧ୍ୟ ସମର୍ଥନ କରିଥିଲେ। ୧୯୭୫ ଜୁନ୍‌ ୧୨ରେ ଆହ୍ଲାବାଦ୍‌ ହାଇକୋର୍ଟ ବିଚାରପତି ଜଗମୋହନ ଲାଲ୍‌ ସିହ୍ନା ଏହି ମାମଲାର ବିଚାର କରି ରାୟବରେଲୀ ଲୋକ ସଭା ଆସନରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିଜୟକୁ ଅବୈଧ ଘୋଷିତ କରିଥିଲେ। ଏହି ରାୟ ପ୍ରକାଶ ପାଇବାର ୧୧ ଦିନ ପରେ ଜୁନ୍‌ ୨୩ରେ ଇନ୍ଦିରା ସୁପ୍ରିମ୍‌କୋର୍ଟରେ ଚ୍ୟାଲେଞ୍ଜ୍‌ କରିଥିଲେ। ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ବିଚାରପତି ବି.ଆର୍‌. କୃଷ୍ଣ ଆୟାର ପ୍ରଧାନମନ୍ତ୍ରୀ ପଦରେ ଇନ୍ଦିରାଙ୍କୁ ରହିବାକୁ ପରାମର୍ଶ ଦେଇଥିଲେ ମଧ୍ୟ ହାଇକୋର୍ଟଙ୍କ ରାୟକୁ ଖାରଜ କରି ନ ଥିଲେ। ରାଜନୈତିକ ସ୍ଥିତି ନିଜ ସପକ୍ଷରେ ନ ଥିବା ଦେଖି ଇନ୍ଦିରା ଜରୁରୀକାଳୀନ ସ୍ଥିତି ଜାରି ଲାଗି ନିଷ୍ପତ୍ତି ନେଇଥିଲେ। ବିହାର ଓ ଗୁଜରାଟରେ ଜାରି ରହିଥିବା ଛାତ୍ର ଆନ୍ଦୋଳନ ତଥା ଜୟ ପ୍ରକାଶ ନାରାୟଣଙ୍କ ସୁଦୃଢ଼ ରାଜନୈତିକ ସ୍ଥିତିକୁ ଦୃଷ୍ଟିରେ ରଖି ନିଜର ପଦବୀ ସୁରକ୍ଷିତ ରଖିବା ପାଇଁ ଜରୁରୀକାଳୀନ ପରିସ୍ଥିତି ଜାରି ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରପତିଙ୍କୁ ସୁପାରିଶ୍‌ କରିଥିଲେ। ରାଷ୍ଟ୍ରପତି ଭାବେ ଫକରୁଦ୍ଦୀନ୍‌ଙ୍କ ଏଭଳି ନିଷ୍ପତ୍ତି ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ ବୋଲି ସେତେବେଳେ ବିରୋଧୀ ଅଭିଯୋଗ କରିଥିଲେ। ଜରୁରୀକାଳୀନ ସ୍ଥିତି ଜାରି ପରେ ଜୟପ୍ରକାଶ, ଲାଲ୍‌କୃଷ୍ଣ ଆଡଓ୍ବାଣୀ, ଅଟଳବିହାରୀ ବାଜପେୟୀ, ଅଶୋକ ମେହେଟ୍ଟା, ମୋରାରଜୀ ଦେଶାଇ ଆଦି ନେତାଙ୍କୁ ଗିରଫ କରାଯାଇଥିଲା। ଏହି ସମୟ ମଧ୍ୟରେ ସଞ୍ଜୟ ଗାନ୍ଧୀଙ୍କ କେତେକ ପଦକ୍ଷେପ ନେଇ ବିରୋଧୀ ଅଭିଯୋଗ କରିଥିଲେ। ଏହାକୁ ଦେଶର ରାଜନୈତିକ କ୍ଷେତ୍ରରେ କଳା ଇତିହାସ ଭାବେ କେତେକ ଅଭିହିତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri