Posted inଜାତୀୟ

ଜରୁରୀକାଳୀନ ପରିସ୍ଥିତିର ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶାସନ ସମୟରେ ୪୫ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ତତ୍‌କାଳୀନ ରାଷ୍ଟ୍ରପତି ଫକରୁଦ୍ଦିନ୍‌ ଅଲ୍ଲୀ ଅହମ୍ମଦ୍‌ ସାମ୍ବିଧାନିକ ଧାରା ୩୫୨ ଅନୁସାରେ ଜୁନ୍‌ ୨୫ ମଧ୍ୟରାତ୍ରରୁ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି କରିଥିଲେ। ଦେଶରେ ୧୯୭୫ ଜୁନ୍‌ ୨୫ଠାରୁ ୧୯୭୭ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ୨୧ ମାସ ଧରି ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ୧୯୭୧ରେ ଇନ୍ଦିରା ଗରିବ ହଟାଅ ସ୍ଲୋଗାନ୍‌ ଦେଇ ଲୋକ ସଭା ନିର୍ବାଚନରେ ୫୧୮ ଆସନ ମଧ୍ୟରୁ ୩୫୨ ଆସନ ହାତେଇବାକୁ ସକ୍ଷମ ହୋଇଥିଲେ। ତେବେ ପରବର୍ତ୍ତୀ ସମୟରେ ରାୟବରେଲୀ ଆସନରୁ ତାଙ୍କ ବିଜୟକୁ ଜୟ ପ୍ରକାଶ ନାରାୟଣ ବିରୋଧ କରିବାରୁ ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଜୁନ୍‌ ୨୫ରେ ରାମଲୀଳା ମଇଦାନରେ ଜୟ ପ୍ରକାଶ ଏକ ସଭାରେ ଇନ୍ଦିରାଙ୍କ ଇସ୍ତଫା ଦାବି କରିଥିଲେ। ଏହାକୁ ଉପସ୍ଥିତ ଜନତା ମଧ୍ୟ ସମର୍ଥନ କରିଥିଲେ। ୧୯୭୫ ଜୁନ୍‌ ୧୨ରେ ଆହ୍ଲାବାଦ୍‌ ହାଇକୋର୍ଟ ବିଚାରପତି ଜଗମୋହନ ଲାଲ୍‌ ସିହ୍ନା ଏହି ମାମଲାର ବିଚାର କରି ରାୟବରେଲୀ ଲୋକ ସଭା ଆସନରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିଜୟକୁ ଅବୈଧ ଘୋଷିତ କରିଥିଲେ। ଏହି ରାୟ ପ୍ରକାଶ ପାଇବାର ୧୧ ଦିନ ପରେ ଜୁନ୍‌ ୨୩ରେ ଇନ୍ଦିରା ସୁପ୍ରିମ୍‌କୋର୍ଟରେ ଚ୍ୟାଲେଞ୍ଜ୍‌ କରିଥିଲେ। ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ବିଚାରପତି ବି.ଆର୍‌. କୃଷ୍ଣ ଆୟାର ପ୍ରଧାନମନ୍ତ୍ରୀ ପଦରେ ଇନ୍ଦିରାଙ୍କୁ ରହିବାକୁ ପରାମର୍ଶ ଦେଇଥିଲେ ମଧ୍ୟ ହାଇକୋର୍ଟଙ୍କ ରାୟକୁ ଖାରଜ କରି ନ ଥିଲେ। ରାଜନୈତିକ ସ୍ଥିତି ନିଜ ସପକ୍ଷରେ ନ ଥିବା ଦେଖି ଇନ୍ଦିରା ଜରୁରୀକାଳୀନ ସ୍ଥିତି ଜାରି ଲାଗି ନିଷ୍ପତ୍ତି ନେଇଥିଲେ। ବିହାର ଓ ଗୁଜରାଟରେ ଜାରି ରହିଥିବା ଛାତ୍ର ଆନ୍ଦୋଳନ ତଥା ଜୟ ପ୍ରକାଶ ନାରାୟଣଙ୍କ ସୁଦୃଢ଼ ରାଜନୈତିକ ସ୍ଥିତିକୁ ଦୃଷ୍ଟିରେ ରଖି ନିଜର ପଦବୀ ସୁରକ୍ଷିତ ରଖିବା ପାଇଁ ଜରୁରୀକାଳୀନ ପରିସ୍ଥିତି ଜାରି ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରପତିଙ୍କୁ ସୁପାରିଶ୍‌ କରିଥିଲେ। ରାଷ୍ଟ୍ରପତି ଭାବେ ଫକରୁଦ୍ଦୀନ୍‌ଙ୍କ ଏଭଳି ନିଷ୍ପତ୍ତି ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ ବୋଲି ସେତେବେଳେ ବିରୋଧୀ ଅଭିଯୋଗ କରିଥିଲେ। ଜରୁରୀକାଳୀନ ସ୍ଥିତି ଜାରି ପରେ ଜୟପ୍ରକାଶ, ଲାଲ୍‌କୃଷ୍ଣ ଆଡଓ୍ବାଣୀ, ଅଟଳବିହାରୀ ବାଜପେୟୀ, ଅଶୋକ ମେହେଟ୍ଟା, ମୋରାରଜୀ ଦେଶାଇ ଆଦି ନେତାଙ୍କୁ ଗିରଫ କରାଯାଇଥିଲା। ଏହି ସମୟ ମଧ୍ୟରେ ସଞ୍ଜୟ ଗାନ୍ଧୀଙ୍କ କେତେକ ପଦକ୍ଷେପ ନେଇ ବିରୋଧୀ ଅଭିଯୋଗ କରିଥିଲେ। ଏହାକୁ ଦେଶର ରାଜନୈତିକ କ୍ଷେତ୍ରରେ କଳା ଇତିହାସ ଭାବେ କେତେକ ଅଭିହିତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ରାଜୁ ପାଲ ହତ୍ୟାକାଣ୍ଡର ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପ୍ରୟାଗରାଜ,୨୯।୩: ସିବିଆଇ କୋର୍ଟ ଶୁକ୍ରବାର ବହୁଜନ ସମାଜ ପାର୍ଟିର ବିଧାୟକ ରାଜୁ ପାଲଙ୍କ ହତ୍ୟା ମାମଲାରେ ସମସ୍ତ ୭ଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି...

ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ...

ବିହାରରେ ମହାମେଣ୍ଟର ସିଟ୍‌ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯

ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି,...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri