ଜରୁରୀ ସହାୟତା ପାଣ୍ଠି ଗଠନ କଲେ ମୋଦି

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ସଂକ୍ରମଣ ରୋକିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜରୁରିକାଳୀନ ସହାୟତା ପାଣ୍ଠି ଗଠନ ଲାଗି ଶନିବାର ଘୋଷଣା କରିଛନ୍ତି। ସୁସ୍ଥ ଭାରତ ଗଠନରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ସ୍ଥିତିରେ ରିଲିଫ ପାଣ୍ଠି (ପିଏମ୍‌-କେୟାର୍ସ ଫଣ୍ଡ) ସହାୟକ ହେବ ବୋଲି ସେ ଟୁଇଟ୍‌ କରିଛନ୍ତି। କୋଭିଡ୍‌-୧୯ ବିରୋଧରେ ଭାରତର ଲଢ଼େଇ ଲାଗି ଦାନ କରିବାକୁ ଚାହୁଁଥିବା ଯେକୌଣସି ବ୍ୟକ୍ତି ଏ ସମ୍ପର୍କରେ ଜଣାଇପାରିବେ। ଏହି ପାଣ୍ଠିକୁ ମଧ୍ୟ ଅନ୍ୟ ବିପର୍ଯ୍ୟୟ ସମୟରେ ଉପଯୋଗ କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ଏହି ନୂଆ ଦାତବ୍ୟ ଟ୍ରଷ୍ଟର ଅଧ୍ୟକ୍ଷ ରହିବାକୁ ଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏହାର ସଦସ୍ୟ ରହିବେ ବୋଲି ଜଣାପଡିଛି। ଏହି ପାଣ୍ଠିକୁ ଦାନ କରିବା ଲାଗି ବହୁ ବିଶିଷ୍ଟ ବ୍ୟକ୍ତି ଆଗେଇ ଆସିଛନ୍ତି। ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ୨୫ କୋଟି ଟଙ୍କା ଦାନ କରିବାକୁ ଟୁଇଟର ଯୋଗେ ଘୋଷଣା କରିଛନ୍ତି। ବର୍ତ୍ତମାନ ସମୟରେ ଦେଶବାସୀଙ୍କ ଜୀବନ ବଡ଼। ‘ଜାନ୍‌ ହୈ ତୋ ଜହାଁ ହୈ’ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri