ମୁମ୍ବାଇ,୨୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଶୁକ୍ରବାର ତାଙ୍କର ରିପୋର୍ଟ କେନ୍ଦ୍ରୀୟ ବ୍ୟାଙ୍କକୁ ପ୍ରଦାନ କରିଛନ୍ତି। ସୋମବାର ଆର୍ବିଆଇ ଏହାର ସୁପାରିସ୍ ଉପରେ ବିଚାର କରିବ ବୋଲି ଜଣାପଡିଛି। ରିଜର୍ଭ ବ୍ୟାଙ୍କ ନିକଟରେ ରହିଥିବା ବଳକା ଅର୍ଥ ମଧ୍ୟରୁ କେତେ ପରିମାଣ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯାଇପାରିବ ସେ ସଂକ୍ରାନ୍ତରେ ସୁପାରିସ୍ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଜଲାନଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଥିଲା। ଆର୍ବିଆଇର ବଳକା ଅର୍ଥ ପ୍ରଦାନକୁ ନେଇ କେନ୍ଦ୍ର ଓ କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇଥିଲା। ଆର୍ବିଆଇର ଅର୍ଥ ନେଇ ଋଣ ପରିଶୋଧ ସହ ବ୍ୟାଙ୍କଗୁଡ଼ିକୁ ପୁଞ୍ଜି ପ୍ରଦାନ କରାଯିବ ବୋଲି ସରକାର ଯୁକ୍ତି ଦର୍ଶାଉଥିଲେ। ପର୍ଯ୍ୟାୟକ୍ରମେ ରିଜର୍ଭ ବ୍ୟାଙ୍କ ସରକାରଙ୍କୁ ଲାଭାଂଶ ପ୍ରଦାନ କରିବାକୁ କମିଟି ସୁପାରିସ କରିବ ବୋଲି ପୂର୍ବରୁ ଖବର ପ୍ରକାଶ କରାଯାଇସାରିଛି। ତେବେ କେନ୍ଦ୍ର ସରକାରଙ୍କୁ କେତେ ପରିମାଣ ଅର୍ଥ ଦିଆଯିବା ନେଇ ସୁପାରିସ୍ ହୋଇଛି ସେ ନେଇ ଅଦ୍ୟାବଧି କିଛି ଜଣାପଡି ନାହିଁ। ଏବେ ସୁଦ୍ଧା ରିଜର୍ଭ ବ୍ୟାଙ୍କ ନିକଟରେ ପ୍ରାୟ ୯.୨ ଲକ୍ଷ କୋଟି ଟଙ୍କା ବଳକା ରହିଛି।
SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍ ଥିଲେ ମିଳିବନି…
ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…
ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା
ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…
ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…
ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…
SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…
ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…
କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!
ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…
ଭାରତରେ କିଏ ସ୍ଥିର କରେ ଚିନି ଦାମ୍? ସରକାର ନା କୃଷକ, ଜାଣନ୍ତୁ…
ନୂଆଦିଲ୍ଲୀ,୨୩ା୮: ଚା’ କପ୍ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…
ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍ବୁକ୍? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…
ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…
ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…
ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…
Archives

